www.samajalive.in
Monday, December 8, 2025
27.1 C
Bhubaneswar

ଗୁଳିବିନିମୟରେ ଟଳିଲେ ୨ ମାଓବାଦୀ ; ଅସ୍ତ୍ରଶସ୍ତ୍ର ଜବତ

ବିଜାପୁର : ଛତିଶଗଡ ବିଜାପୁରରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି । ନିହତ ମାଓବାଦୀଙ୍କ ମୃତଦେହ ସହ ଅସ୍ତ୍ରଶସ୍ତ୍ର ଓ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଏନେଇ ବିଜାପୁରର ଏସପି ଗୋବର୍ଦ୍ଧନ ଠାକୁର ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, ବିଜାପୁର ପୁଲିସ ଓ ଗ୍ରେହଣ୍ଡସ୍ ଫୋର୍ସ ମିଳିତ ଭାବରେ ସର୍ଚ୍ଚ ଅପରେଶନ ଚଳାଇଥିବା ବେଳେ ଜଙ୍ଗଲରେ ଲୁଚି ରହିଥିବା ମାଓବାଦୀ ସେମାନଙ୍କ ଉପରକୁ ଗୁଳି ଚଳାଇ ଥିଲେ । ପୁଲିସ ପକ୍ଷରୁ ଏହାର ପାଲଟା ଜବାବ ଦିଆଯାଇଥିଲା । ଉଭୟ ପକ୍ଷରୁ ଗୁଳି ବିନିମୟ ବନ୍ଦ ହେବା ପରେ ସ୍ଥାନୀୟ ଅଞ୍ଚଳରେ ପୁଲିସ ଯାଞ୍ଚ କରି ଦୁଇ ଜଣ ମାଓବାଦୀଙ୍କ ମୃତଦେହ ଠାବ କରିଛି । ଏହା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରିଛି । ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories