www.samajalive.in
Wednesday, December 10, 2025
17.1 C
Bhubaneswar

କେନ୍ଦ୍ର କୁମ୍ଭୀର କାନ୍ଦଣା କାନ୍ଦୁଛି ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପ୍ରର୍ଯ୍ୟାୟ ନିର୍ବାଚନ ଜାରି ରହିଥିବା ବେଳେ ଚତୁଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାରକୁ ଜୋରଦାର କରିଛନ୍ତି । ମଙ୍ଗଳବାର ଭଦ୍ରକର ବାସୁଦେବପୁର ଠାରେ ଆୟୋଜିତ ନିର୍ବାଚନ ପ୍ରଚାର ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କେନ୍ଦ୍ରକୁ ଟାର୍ଗେଟ କରି ବର୍ଷିଛନ୍ତି । ଫାଇଲିନ୍‌, ତିତିଲି, ହୁଡୁହୁଡ୍‌ ଆଦି ବାତ୍ୟା ଏବଂ ବନ୍ୟା ଭଳି ପ୍ରାକୃତିକ ଦୁର୍ବିପାକ ସମୟରେ କେନ୍ଦ୍ରୀୟ ନେତାମାନଙ୍କର ଦେଖା ନ ଥିଲା। କିନ୍ତୁ ଏବେ ଭୋଟ୍ ପାଇଁ ଓଡିଶା ଆସି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଜୟ ଜଗନ୍ନାଥ ଏବଂ ଆପଣମାନେ ଖୁସୀ ତ ବୋଲି ପଚାରି ମୁଖ୍ୟମନ୍ତ୍ରୀ ନିଜର ବକ୍ତବ୍ୟ ଆରମ୍ଭ କରି କହିଥିଲେ, କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି । ଏହାକୁ ବନ୍ଦ କରିବାକୁ କେନ୍ଦ୍ର ଚକ୍ରାନ୍ତ କରୁଛି । ମୁଁ ଥିବା ଯାଏଁ କେହି କାଳିଆ ଯୋଜନାକୁ ବନ୍ଦ କରିପାରିବେ ନାହିଁ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories