www.samajalive.in
Monday, December 8, 2025
13.1 C
Bhubaneswar

ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ମାଓବାଦୀଙ୍କ ଭଙ୍ଗାରୁଜା, ଲୁଟି ନେଲେ ବନ୍ଧୁକ

ନୟାଗଡ : ନୟାଗଡ ଜିଲା ଦଶପଲ୍ଲା ବାଣୀଗୋଛା ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟରୁ ୪ଟି ବନ୍ଧୁକ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ୭ଜଣ ସଶସ୍ତ୍ର ମାଓବାଦୀ ଏହି ବନ୍ଧୁକ ଲୁଟ କରିଥିବା ଅଭିଯୋଗ ହୋଇଛି। ମାଓବାଦୀମାନେ କାର୍ଯ୍ୟାଳୟରେ ଭଙ୍ଗାରୁଜା କରିବା ସମେତ ୭ଟି ମୋବାଇଲ ଲୁଟ୍‌ କରିଥିବା ଜଣାପଡିଛି। ଏ ସମ୍ପର୍କରେ ବନାଞ୍ଚଳ ଅଧିକାରୀଙ୍କ ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ରାତିରେ ଦଶପଲ୍ଲାରେ ଲଙ୍କାପୋଡି ଉତ୍ସବ ଚାଲିଥିଲା। ସେହି ସମୟରେ ମାଓବାଦୀମାନେ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟକୁ ତାଲା ଭାଙ୍ଗି ଭିତରକୁ ପଶିଥିଲେ। ମାଓବାଦୀମାନେ କାର୍ଯ୍ୟାଳୟରେ ଭଙ୍ଗାରୁଜା କରିବା ସହ ୪ଟି ବନ୍ଧୁକ ଲୁଟ୍‌ କରି ନେଇଥିଲେ। ଏହାସହ ସେଠାରେ କେତେକ ମାଓ ପୋଷ୍ଟର ପକାଇ ପଳାଇଥିଲେ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories