www.samajalive.in
Monday, December 15, 2025
16.1 C
Bhubaneswar

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ :  ପ୍ରଚାର ଶେଷ, ବୁଥ୍ ଅଭିମୁଖେ ପୋଲିଂ କର୍ମଚାରୀ

 

ନୂଆଦିଲ୍ଲୀ/ଭୁବନେଶ୍ବର : ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି।  ପ୍ରଚାରର ହୋ-ହାଲ୍ଲା ଓ ମାଇକର ବୁକୁଫଟା ଚିତ୍କାର ବନ୍ଦ ହୋଇଯାଇଛି । ଏବେ ଭୋଟରଙ୍କ ଉପରେ ଭରସା। ତେଣୁ ମତଦାନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଇଭିଏମ୍ ଓ ଭିଭିପାଟ ତଥା ଅନ୍ୟାନ୍ୟ ନିର୍ବାଚନ ସାମଗ୍ରୀ ଧରି ବୁଥ୍ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । କେତେକ ପୋଲିଂ ବୁଥରେ ପହଞ୍ଚି ସାରିଥିବା ବେଳେ ଆସନ୍ତା କାଲି ସୁଦ୍ଧା ଅନ୍ୟ ସମସ୍ତେ ପହଞ୍ଚି ଯିବାର ଅନୁମାନ କରାଯାଉଛି।

- Advertisement -

ଏହି ପର୍ଯ୍ୟାୟରେ  ୯ଟି ରାଜ୍ୟର ୭୧ଟି ଲୋକସଭା ଆସନରେ ଭୋଟ ଗ୍ରହଣ କରାଯିବ ।  ମହାରାଷ୍ଟ୍ରରେ ୧୭ଟି ଲୋକସଭା ଆସନ, ଉତ୍ତର ପ୍ରଦେଶ ଏବଂ ରାଜସ୍ଥାନର ୧୩ଟି ଲେଖାଏଁ, ପଶ୍ଚିମବଙ୍ଗରେ ୮ଟି, ଓଡ଼ିଶା ଏବଂ ମଧ୍ୟପ୍ରଦେଶରେ ୬ଟି ଲେଖାଏର୍, ବିହାରରେ ୫ଟି ଏବଂ ଝାଡ଼ଖଣ୍ଡରେ ୩ଟି ଲୋକସଭା ଆସନ ପାଇଁ ଭୋଟ୍‍ଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ଓଡ଼ିଶାର ୧୪୭ଟି ବିଧାନସଭା ଆସନ ମଧ୍ୟରୁ ୪୧ଟି ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ।  ୧୨ କୋଟି ୭୯ ଲକ୍ଷରୁ ଊର୍ଦ୍ଧ୍ବ ମତଦାତା ୯୪୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଦେଶବ୍ୟାପୀ ମତଦାନରେ ସୁବିଧା ପାଇଁ ୧ ଲକ୍ଷ ୪୦ ହଜାର ପୋଲିଂ ବୁଥରେ ଭୋଟ ଗ୍ରହଣ କରାଯିବ।

ଓଡିଶାରେ ୬ଟି ସଂସଦୀୟ ଆସନରେ ୫୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୫,୧୪,୮୮୩ ମତଦାତା। ଏଥିରେ ସାମିଲ ଅଛନ୍ତି ୪୯,୦୮୫୭୫ ପୁରୁଷ , ୪୬,୦୫୬୯୪ ମହିଳା ଏବଂ ୬୧୫ ଜଣ ତୃତୀୟ ଲିଙ୍ଗର ମତଦାତା। ମୋଟ ୧୦୭୯୨ ପୋଲିଂ ବୁଥରେ ମତଦାନ ଗ୍ରହଣ କରାଯିବ।

ରାଜ୍ୟର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ୬ଟି ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୪୧ଟି ବିଧାନସଭା ଆସନରେ ମଧ୍ୟ ନିର୍ବାଚନ ହେବ। ଚତୁର୍ଥ ପର୍ଯ୍ୟାୟରେ ଲୋକସଭା ଆସନ ପାଇଁ ୫୨ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ୱନ୍ଦିତା କରୁଛନ୍ତି। ବିଧାନସଭା ରଣାଙ୍ଗନରେ ୩୪୬ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିନ୍ଦ୍ୱନ୍ଦିତା ହେବ। ସେମାନଙ୍କ ମଧ୍ୟରୁ ୩୧୧ ଜଣ ପୁରୁଷ ଥିବା ବେଳେ ୩୪ ଜଣ ମହିଳା ଓ ୩ଜଣ ତୃତୀୟ ଲିଙ୍ଗ ପ୍ରାର୍ଥୀ ଅଛନ୍ତି।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories