www.samajalive.in
Monday, December 8, 2025
24.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ଇସି ଅନିଚ୍ଛୁକ: ଚିଦମ୍ବରମ୍

ମୁମ୍ବଇ : ନିର୍ବାଚନ ଆୟୋଗ (ଇସି) ଦେଶବାସୀଙ୍କୁ ବୋକା ବନାଉଛନ୍ତି ବୋଲି ବରିଷ୍ଠ କଂଗ୍ରେସ ନେତା ପି ଚିଦମ୍ବରମ୍ ଅଭିଯୋଗ କରିଛନ୍ତି। ଶନିବାର ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରି ଚିଦମ୍ବରମ୍ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଇସି ଅନିଚ୍ଛୁକ। ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ନେବାରେ ଇସି ପକ୍ଷପାତିତା ନୀତି ଅବଲମ୍ବନ କରୁଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପ୍ରତି ନିର୍ବାଚନ ରାଲିରେ ୧୦କୋଟି ଟଙ୍କା ଖର୍ଚ୍ଚ ହେଉଛି। ଏହା ସହିତ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଆସିଥିବା ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନର ଅଭିଯୋଗ ଉପରେ ଇସି କାର୍ଯ୍ୟାନୁଷ୍ଠାନ ନେବାରେ ଆଗ୍ରହ ପ୍ରକାଶ କରୁନାହାନ୍ତି ବୋଲି ଚିଦମ୍ବରମ୍ ଅଭିଯୋଗ କରିଛନ୍ତି। ମହାରାଷ୍ଟ୍ର ପ୍ରଦେଶ କଂଗ୍ରେସ ମୁଖ୍ୟ ଅଶୋକ ଚଭନ କହିଛନ୍ତି ଯେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୁରେଶ ପ୍ରଭୁଙ୍କ ବିମାନରୁ ଏକ ବାକ୍ସ ବାହାର କରାଯିବା ଘଟଣାର ତଦନ୍ତ ହେବା ଦରକାର।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories