www.samajalive.in
Saturday, December 13, 2025
23.1 C
Bhubaneswar

ଗତିପଥ ପରିବର୍ତ୍ତନ କରିପାରେ ‘ଫନୀ’ ; ବିପଦ ଆଶଙ୍କା ନାହିଁ

ଭୁବନେଶ୍ବର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଫନୀ’ ଓଡିଶା ଉପକୂଳ ଦେଇ ଅତିକ୍ରମ କରିବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି । ଏସମ୍ପର୍କରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଏହି ସାମୁଦ୍ରିକ ଝଡ ଅତ୍ୟନ୍ତ କମ୍ ବେଗରେ ଗତି କରୁଥିବାରୁ ଏହା କେଉଁ ସ୍ଥାନରେ ସ୍ଥଳଭାଗ ଛୁଇଁବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ । ତେବେ ଏପ୍ରିଲ ୩୦ ଓ ମେ ୩ ତାରିଖ ମଧ୍ୟରେ ବାତ୍ୟା ‘ଫନୀ’ ଗତିପଥ ପରିବର୍ତ୍ତନ କରି ଓଡିଶା ଉପକୂଳ ଦେଇ ଅତିକ୍ରମ କରିବ । ଏହା ପ୍ରଭାବରେ ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଗୋପାଳପୁରଠାରେ ଏହା ସ୍ଥଳଭାଗ ଛୁଇଁବା ନେଇ କୌଣସି ନିର୍ଦ୍ଧିଷ୍ଟ ସୂଚନା ମିଳିନାହିଁ।

ଭାରତୀୟ ପାଣିପାଗ ବିଭାଗ ଏବଂ ୟୁଏସ୍ ନାଭି ସୂତ୍ରକୁ ଉଦ୍ଧାର କରି କୁହାଯାଇଛି ଯେ, ବାତ୍ୟା ‘ଫନୀ’ ଓଡିଶା ଉପକୂଳ ଅତିକ୍ରମ କରିବା ସମୟରେ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ଏହି ସମୟରେ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି । କୌଣସି ପ୍ରକାର ପରିସ୍ଥିତର ମୁକାବିଲା ପାଇଁ ଓଡ୍ରାଫର ୨୦ଟି ଦଳ ଏବଂ ଏନଡିଆରଏଫ ର ୧୨ଟି ଦଳ ସଜାଗ ରହିଛନ୍ତି ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି । ଇତି ମଧ୍ୟରେ ସ୍ବତନ୍ତ୍ର ରିଲିଫ କମିଶନର ସମସ୍ତ ଜିଲାପାଳମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories