www.samajalive.in
Wednesday, December 10, 2025
26.1 C
Bhubaneswar

ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ; ୨୮ ଅସୁସ୍ଥ

ତିହିଡି : ଭଦ୍ରକ ଜିଲା ତିହିଡି ବ୍ଲକ ଦଉଲତପୁର ଗ୍ରାମରେ ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ଏହାସହ ଅସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇ ୨୮ରେ ପହଞ୍ଚିଛି।  ମୃତକମାନେ ହେଲେ ସାଧୁଚରଣ ନାୟକ, ଶଙ୍କର୍ଷଣ ଦାସ, ରାମଚନ୍ଦ୍ର ପଢିଆରୀ ଓ ଶଙ୍କର୍ଷଣ ପରିଡା। ଅସୁସ୍ଥଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନେ ଭଦ୍ରକ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ତେବେ ମୃତକଙ୍କ ମଧ୍ୟରୁ ଜଣଙ୍କର ଗ୍ରାମରେ ମୃତ୍ୟୁ ହୋଇଯାଇଥିବା ବେଳେ ଅନ୍ୟ ୩ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ତେବେ ଅସୁସ୍ଥଙ୍କ ସଂଖ୍ୟା ଆହୁରୀ ବଢିବାର ସମ୍ଭାବନା ରହିଛି ବୋଲି ଜଣାପଡିଛି।

ସୂଚନାଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ଦଉଲତପୁର ଗ୍ରାମର ଅନେକ ବ୍ୟକ୍ତି ମଦ ପିଇଥିଲେ। ତେବେ ସେମାନଙ୍କ ମଧ୍ୟରୁ ମଙ୍ଗଳବାର ଭୋର ପ୍ରାୟ ୩ଟା ସମୟରେ ପ୍ରଥମେ ୩ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହାସହ ଅନେକ ବ୍ୟକ୍ତି ଅସୁସ୍ଥ ହୋଇପଡିଥିଲେ। ତେବେ ଏହି ଘଟଣାର ପ୍ରତିବାଦରେ ସ୍ଥାନୀୟ ଲୋକମାନେ ପିରହାଟ ବଜାରର ଭଦ୍ରକ-ଚାନ୍ଦବାଲି ରାସ୍ତାକୁ ଅବରୋଧ କରିଥିବା ଜଣାପଡିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories