www.samajalive.in
Sunday, December 7, 2025
23.1 C
Bhubaneswar

ଏହି ବାସ୍ତୁ ଟିପ୍ସ ଦୂର କରେ ବହୁ ସମସ୍ୟା, ମିଳେ ଶୁଭଫଳ

ଏଭଳି ବହୁବାର ଦେଖାଯାଏ ଯେ, ଗୃହରେ ପରିବାର ସଦସ୍ୟ ଟଙ୍କା ରୋଜଗାର କଲେ ମଧ୍ୟ ଏହା ଅଯଥାରେ ଖର୍ଚ୍ଚ ହେବା ସହ ଆଶାନୁରୂପକ ସଞ୍ଚୟ ହୋଇପାରେ ନାହିଁ। ବହୁ ପରିଶ୍ରମ କରି କାର୍ଯ୍ୟ କଲେ ମଧ୍ୟ ସଫଳତା ମିଳିପାରେ ନାହିଁ। ଯଦି ଆପଣଙ୍କ ସହ ଏପରି ହୋଇଥାଏ, ତେବେ କିଛି କଥା ପ୍ରତି ଧ୍ୟାନ ଦେବା ନିତ୍ୟାନ୍ତ ଆବଶ୍ୟକ। ନକରାତ୍ମକ ଶକ୍ତି କାରଣରୁ ଏହି ସମସ୍ୟା ସୃଷ୍ଟି ହୋଇଥାଏ। ବାସ୍ତୁଶାସ୍ତ୍ରରେ କିଛି ସହଜ ଉପାୟ ବିଷୟରେ ବର୍ଣ୍ଣନା କରାଯାଇଛି, ଯାହାକୁ ଅବଲମ୍ବନ କରି ଆମେ ନିଜର ଦରିଦ୍ରତାକୁ ଦୂର କରିବା ସହ ଏହି ସମସ୍ୟାରୁ ମୁକ୍ତି ପାଇପାରିବା….
ଯେଉଁ ପାନିଆ ସାମାନ୍ୟ ମଧ୍ୟ ଭାଙ୍ଗିଯାଇଛି, ସେଥିରେ କେଶ କୁଣ୍ଡାଇବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ବାସ୍ତୁଦୋଷ ସୃଷ୍ଟି ହୋଇଥାଏ।
ଗୃହର ଆଲମିରା ନିକଟରେ ଝାଡ଼ୁ ରଖନ୍ତୁ ନାହିଁ।
ଆଲମିରା ଅଳ୍ପ ଭାଙ୍ଗି ଥିଲେ ମଧ୍ୟ ଏହାକୁ ବ୍ୟବହାର କରନ୍ତୁ ନାହିଁ। ଏଥିରେ ଟଙ୍କାପଇସା ରଖିବା ଦ୍ୱାରା ଆର୍ଥିକ ସମସ୍ୟା ଲାଗି ରହିଥାଏ।
ଯେଉଁ ଗୃହରେ ନାରୀଙ୍କୁ ସମ୍ମାନ ମିଳେ ନାହିଁ, ସେଠାରେ ମା’ଲକ୍ଷ୍ମୀ ବାସ କରନ୍ତି ନାହିଁ। ତେଣୁ ଘରର ନାରୀଙ୍କୁ ସର୍ବଦା ସମ୍ମାନ ଦିଅନ୍ତୁ।
ଗାଧୁଆ ଘରର ଦରଜାକୁ ଖୋଲା କରି ରଖନ୍ତୁ ନାହିଁ। ଏପରି କରିବା ଦ୍ୱାରା ବିନା କାରଣରେ ଟଙ୍କାପଇସା ଖର୍ଚ୍ଚ ଲାଗି ରହିଥାଏ।
ରୋଷେଇ ଘରେ କୌଣସି ପ୍ରକାରର ଔଷଧ ରଖନ୍ତୁ ନାହିଁ। ଏପରି କରିବା ଦ୍ୱାରା ଘରର ସଦସ୍ୟଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ ରହିନଥାଏ।
ସୋଫା ଆଦି ଘରର ସାଜସଜ୍ଜା ଦ୍ରବ୍ୟ ଭାଙ୍ଗି ଥିଲେ, ଏହାକୁ ମଧ୍ୟ ଘରେ ରଖନ୍ତୁ ନାହିଁ।
ଗୁରୁବାର ଦିନ ଝାଡ଼ୁ କିଣନ୍ତୁ ନାହିଁ।
ତୁଳସୀବୃକ୍ଷ ନିକଟରେ ଘିଅ ଦୀପ ପ୍ରତିଦିନ ଲଗାନ୍ତୁ।
ଶୋଇବା କକ୍ଷରେ ଝାଡ଼ୁ, ବାସନକୁସନ ରଖନ୍ତୁ ନାହିଁ।
ଭୋଜନର ପ୍ରଥମ ଭାଗ ଭଗବାନ ଓ ଗାଈଙ୍କୁ ସମର୍ପଣ କରି ଖାଆନ୍ତୁ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories