www.samajalive.in
Sunday, December 14, 2025
23.1 C
Bhubaneswar

ମେ ୩ରେ ଗୋପାଳପୁର – ଚାନ୍ଦବାଲି ଅତିକ୍ରମ କରିବ ସାମୁଦ୍ରିକ ଝଡ଼ ‘ଫନୀ’

ସମାଜ ପୋର୍ଟାଲ ଡେସ୍କ: ବଙ୍ଗୋପସାଗରର ଦକ୍ଷିଣ ପଶ୍ଚିମରେ ସୃଷ୍ଟ ଅତି ଭୟଙ୍କର ସାମୁଦ୍ରିକ ଝଡ ‘ଫନୀ’ ଶୁକ୍ରବାର (ମେ ୩ ତାରିଖ) ଅପରାହ୍ନ ସୁଦ୍ଧା ଗୋପାଳପୁର ଏବଂ ଚାନ୍ଦବାଲି ମଧ୍ୟଦେଇ ପୁରୀ ଦକ୍ଷିଣରେ ଓଡିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଘଂଟା ପ୍ରତି ୧୭୦-୧୮୦ କିଲୋମିଟର ବେଗରେ ପବନ ବହିବା ସହ ଘଣ୍ଟା ପ୍ରତି ସର୍ବାଧିକ ୨୦୦ କିମିରେ ପହଞ୍ଚିବାର ସମ୍ଭାବନା ରହିଛି।

ସାମୁଦ୍ରିକ ଝଡ ‘ଫନୀ’ ପ୍ରଭାବରେ ଗୁରୁବାର (ମେ ୨)ରେ ଓଡିଶାର ଦକ୍ଷିଣ ଉପକୂଳର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଅଳ୍ପ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶନିବାର (ମେ ୪)ରେ ଅଧିକାଂଶ ସ୍ଥାନରେ ବର୍ଷା ହେବା ସହ ଉତର ଓଡିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

- Advertisement -

ମେ ୨ରୁ ୪ ମଧ୍ୟରେ ଓଡିଶା ଉପକୂଳରେ ସମୁଦ୍ର ପ୍ରବଳ ଅଶାନ୍ତ ରହିବ ଏବଂ ପ୍ରାୟ ୧.୫ ମିଟର ଉଚ୍ଚତାରେ ଜୁଆର ଉଠିବ। ଝଡ ସ୍ଥଳଭାଗ ଛୁଇଁବା ସମୟରେ ଜୁଆରର ଉଚ୍ଚତା ବୃଦ୍ଧି ପାଇବ ଏବଂ ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାମାନଙ୍କର ତଳିଆ ଅଞ୍ଚଳକୁ ସମୁଦ୍ର ପାଣି ମାଡି ଆସିବାର ସମ୍ଭାବନା ରହିଛି। ତେଣୁ ସେହି ସମୟ ମଧ୍ୟରେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବିମାନଙ୍କୁ ବାରଣ କରାଯାଇଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories