www.samajalive.in
Sunday, December 14, 2025
19.1 C
Bhubaneswar

ଟ୍ରାକ୍ଟର ଓଲଟି ଜଣେ ମୃତ, ଜଣେ ଗୁରୁତର

ଧର୍ମଗଡ : କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର କନ୍ୟାଶ୍ରମ ନିକଟରେ ରାସ୍ତା କାମରେ ନିୟୋଜିତ ଏକ ଟ୍ରାକ୍ଟର ଓଲଟି ପଡିବାରୁ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ଆଉ ଦୁଇ ଜଣ ଶ୍ରମିକଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି। ମୃତ ଶ୍ରମିକଙ୍କ ନାମ ଗଙ୍ଗାଧର ପୁଝାରୀ(୪୫), ଗୁରୁତର ଶ୍ରମିକ ଜଣଙ୍କ ମକରନ୍ଦ ପୁଝାରୀ। ମକରନ୍ଦଙ୍କ ଡାହାଣ ଗୋଡ ଭାଙ୍ଗି ଯାଇଛି। ତାଙ୍କୁ ଭବାନିପାଟଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସମସ୍ତ ଶ୍ରମିକ ନବରଙ୍ଗପୁର ଜିଲ୍ଲା ସେମଲା ଗାଁର ବୋଲି ଜଣାପଡିଛି।

ସୂଚନା ଅନୁସାରେ, ଏକ ଟ୍ରାକ୍ଟର ମେଟାଲ ନେଇ ଜୟନ୍ତପୁର ଆଶ୍ରମ ରାସ୍ତାରେ ଯିବାବେଳେ ଜୟନ୍ତପୁର କନ୍ୟାଶ୍ରମ ନିକଟରେ ଟ୍ରାକ୍ଟରର ଡାଲା ଓଲଟି ପଡିଥିଲା। ଶ୍ରମିକମାନେ ଡାଲାରେ ବସିଥିବାରୁ ଡାଲା ତଳେ ଚାପି ହୋଇ ରହିଗଲେ। ସ୍ଥାନିୟ ଲୋକେ ଗଛ ବଳା ସାହାଯ୍ୟରେ ସମସ୍ତ ଶ୍ରମିକଙ୍କୁ ବାହାର କରିଥିଲେ। ତେବେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଲୋକଙ୍କ ସାହାଯ୍ୟରେ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ଧର୍ମଗଡ ଓ ପରେ ଭାବାନିପାଟଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଖବର ପାଇ କୋକସରା ପୁଲିସ ଘଟଣାସ୍ଥଳକୁ ଆସି ତଦନ୍ତ ଆରମ୍ଭ କରିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories