www.samajalive.in
Thursday, December 11, 2025
15.1 C
Bhubaneswar

ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା, ୧ ମୃତ, ୧ ଗୁରୁତର

ଘସିପୁରା : କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ସାଇଁକୁଳ ଛକ ନିକଟରେ ରବିବାର ସକାଳ ସମୟରେ ଏକ ବୋଲେରୋ ସହ ଦଶଚକିଆ ଟ୍ରକର ମୁହାଁମୁହିଁ ଧକ୍କ। ହୋଇଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ଜଣକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି । ସୂଚନାରୁ ଜଣାଯାଏ ଯେ, ଘଷିପୁରା ଅଞ୍ଚଳର ଏକ ବୋଲେରୋରେ ଜଣେ ରୋଗୀଙ୍କୁ ନେଇ କଟକ ବଡ଼ ମେଡ଼ିକାଲକୁ ଯାଉଥିଲା । ସେଠାରେ ଉକ୍ତ ରୋଗୀଙ୍କୁ ସୁରକ୍ଷିତରେ ଛାଡ଼ି ଫେରୁଥିବା ବେଳେ ସାଇଁକୁଳ ଛକ ନିକଟରେ କୌଣସି କାରଣରୁ ଗୋଟିଏ ଦଶଚକିଆ ଟ୍ରକକୁ ମୁହାଁମୁହିଁ ଧକ୍କା ଦେଇଥିଲା । ଫଳରେ ବୋଲେରୋଟି ସମ୍ପୂର୍ଣ୍ଣ ରୂପେ ଭାଙ୍ଗିଯାଇଥିବା ସହ ଗାଡ଼ି ମଧ୍ୟରେ ବସିଥିବା ସିଦ୍ଧାନ୍ତ ପାତ୍ର ନାମକ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ଏଥିସହ ବୋଲେରୋ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ ଯୁବକ ଜଣଙ୍କ ଘର ଘସିପୁରା ଅଞ୍ଚଳରେ ହୋଇଥିବାରୁ ଡାକ୍ତର ଖାନାରେ ସ୍ଥାନୀୟ ଲୋକଙ୍କ ଉତ୍ତେଜନା ଦେଖାଦେଇଛି । ଘଟଣାର ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିବା ସହ ଉଭୟ ଗାଡିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories