www.samajalive.in
Tuesday, December 9, 2025
17.1 C
Bhubaneswar

ପୁଲୱାମାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ : ଜମ୍ମୁ କଶ୍ମୀରର ପୁଲୱାମା ଜିଲାର ଦାଲିପୁରାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଗୁରୁବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଜଣେ ଯବାନ ସହିଦ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଯବାନ ଓ ସ୍ଥାନୀୟ ଅଞ୍ଚଳର ଜଣେ ନାଗରିକ ଆହତ ହୋଇଥିବା ଜଣାପଡିଛି ।

ରାତି ପ୍ରାୟ ସାଢେ ୧ଟାରେ ଦାଲିପୁରା ଗ୍ରାମରେ ଆତଙ୍କବାଦୀ ଲୁଚି ରହିଛନ୍ତି ବୋଲି ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା । ପରେ ସ୍ଥାନୀୟ ଅଞ୍ଚଳରେ ପୁଲିସ, ସିଆପିଏଫ ଓ ଏସଓଜି ସୁରକ୍ଷାକର୍ମୀ ମିଳିତ ଭାବରେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ । ରାତି ପ୍ରାୟ ୩ଟା ବେଳେ ଆତଙ୍କବାଦୀ ପକ୍ଷରୁ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ବର୍ଷଣ ଆରମ୍ଭ ହୋଇଥିଲା। ସୁରକ୍ଷାକର୍ମୀମାନେ ମଧ୍ୟ ଏହାର କଡା ଜବାବ ଦେଇଥିଲେ । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି । ଗୁଳି ବିନିମୟରେ ଜଣେ ଯବାନ ମଧ୍ୟ ସହିଦ ହୋଇଛନ୍ତି । ଏହା ସହ ସ୍ଥାନୀୟ ଅଞ୍ଚଳର ଜଣେ ନାଗରିକ ଏବଂ ଅନ୍ୟ ଦୁଇ ଜଣ ଯବାନ ମଧ୍ୟ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି ।

- Advertisement -

ଗୁଳି ବିନିମୟ ପରେ ସ୍ଥାନୀୟଅଞ୍ଚଳରେ ତଲାସୀ ଅଭିଯାନକୁ ଜୋରଦାର କରାଯାଇଛି । ସର୍ଚ୍ଚ ଅପରେସନ ବେଳେ ଘଟଣାସ୍ଥଳରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଓ ଗୋଳା ବାରୁଦ ଜବତ ହୋଇଛି । ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ଇଣ୍ଟରନେଟ୍ ଓ ମୋବାଇଲ ସେବା ବନ୍ଦ କରାଯାଇଛି । ସେଠାରେ କର୍ଫ୍ୟୁ ଜାରି କରାଯାଇଥିବା ସୂଚନା ମିଳିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories