www.samajalive.in
Monday, December 8, 2025
13.1 C
Bhubaneswar

ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ବାଇକ୍ ଆରୋହୀ ଗୁରୁତର

ପାଟଣା : କେନ୍ଦୁଝର ଜିଲ୍ଲାର ପାଟଣା ଥାନା ଅନ୍ତର୍ଗତ ୨୨୦ନମ୍ବର ଜାତୀୟ ରାଜପଥର ଖଜୁରଡିହା ଛକରେ ଅଟୋ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଗୁରୁତର ହେଉଛନ୍ତି ପାଟଣା ଥାନା ଅନ୍ତର୍ଗତ ସରସ୍ବତୀ ପଡା ଗ୍ରାମର ନରହରି ମହାନ୍ତ (୩୬)। ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପାଟଣା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡି ଦୁଇଟିକୁ ଜବତ କରିଛି।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ଅପରାହ୍ନ ସମୟରେ ନରହରି ନିଜ ଘରୁ ଝଜୁରଡିହା ଛକକୁ ବାଇକରେ ଯାଉଥିଲେ। ସେହି ସମୟରେ ପାଟଣା ଥାନା ମୂଷାପଡା ଅଞ୍ଚଳରୁ ଜଣେ ପ୍ରସୂତିଙ୍କୁ ନେଇ ଏକ ଅଟୋ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ଯାଉଥିଲା। ଖଜୁରଡିହା ଛକ ଠାରେ ବାଇକ  ଅଟୋ ମୁହାଁମୁହିଁ ଧକ୍କା ହୋଇଥିଲେ। ଏଥିରେ ନରହରିଙ୍କ ମୁଣ୍ଡ ଓ ଡାହାଣ ଆଣ୍ଠୁରେ ଗଭୀର ଆଘାତ ଲାଗିଥିଲା। ଦୁର୍ଘଟଣା ଘଟାଇଥିବା ଅଟୋ ଚାଳକ ପ୍ରସୂତିଙ୍କୁ ଅନ୍ୟ ଏକ ଅଟୋରେ ମେଡିକାଲ ପଠାଇ  ଦେଇ ନରହରିଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories