www.samajalive.in
Sunday, December 14, 2025
26.1 C
Bhubaneswar

ରାଜ୍ୟ କ୍ୟାବିନେଟ ବୈଠକ : ବାତ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଲାଗି ଅର୍ଥ ମଞ୍ଜୁର

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଏକ ବୈଠକ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ଗଣମାଧ୍ୟମକୁ ସୂଚନା ଦେଇ ବାତ୍ୟା ଫନିରେ କ୍ଷତିଗ୍ରସ୍ତ ବିପନ୍ନଙ୍କ ସହାୟତା ଏବଂ ଉଦ୍ଧାର କାର୍ଯ୍ୟ ବିଷୟରେ ଆଲୋଚନା ହୋଇଛି ।

ବୈଠକରେ ବାତ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଲାଗି ଅର୍ଥ ମଞ୍ଜୁର ହୋଇଛି । ପୁରୀ ଜିଲ୍ଲାରେ ପୋଖରୀ ସଫେଇ ପାଇଁ ୧୫ ଲକ୍ଷ ଟଙ୍କା ଅର୍ଥ ମଞ୍ଜୁର ହୋଇଛି । ସେହିପରି ରିଲିଫ କାମରେ ନିୟୋଜିତ କର୍ମଚାରୀଙ୍କ ପାଇଁ ୨୪ ଲକ୍ଷ ଟଙ୍କା ଅର୍ଥ ମଞ୍ଜୁର ହୋଇଛି । ପୁରୀ ଜିଲ୍ଲାର ବାତ୍ୟା କ୍ଷତିଗ୍ରସ୍ତଙ୍କୁ ଆଉ ୧୦୦୦ଟଙ୍କାର ରିଲିଫ୍ ପ୍ରଦାନ କରାଯିବା ନେଇ ବୈଠକରେ ସ୍ଥିର ହୋଇଛି। ବାହାର ରାଜ୍ୟରୁ ଆସିଥିବା ଶ୍ରମିକଙ୍କ ଦୈନିକ ଭତ୍ତା ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । କୁଶଳୀ ଶ୍ରମିକଙ୍କ ମଜୁରୀ ୩୭୦ ଟଙ୍କାରୁ ୫୫୫ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଅର୍ଦ୍ଧ କୁଶଳୀ ଶ୍ରମିକଙ୍କ ମଜୁରୀ ୩୨୦ ଟଙ୍କାରୁ ୪୮୦ଟଙ୍କାକୁ ବୃଦ୍ଧି କରାଯାଇଛି । ଅଣ କୁଶଳୀ ଶ୍ରମିକଙ୍କ ମଜୁରୀ ୨୮୦ ଟଙ୍କାରୁ ୪୨୦ଟଙ୍କାକୁ ବୃଦ୍ଧି କରାଯାଇଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories