www.samajalive.in
Monday, December 8, 2025
27.1 C
Bhubaneswar

ଜଗନ୍ନାଥ ଓ ସୂର୍ଯ୍ୟ ମନ୍ଦିର ମରାମତି ପାଇଁ ଓଏନ୍‍ଜିସିର ୫ କୋଟି ଟଙ୍କା ସହାୟତା

ଭୁବନେଶ୍ୱର: ସାମୁଦ୍ରିକ ବାତ୍ୟା ‘ଫନୀ’ରେ ପୁରୀ ଜଗନ୍ନାଥ ମନ୍ଦିର ଓ ସୂର୍ଯ୍ୟ ମନ୍ଦିରରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିର ମରାମତି କାର୍ଯ୍ୟ ତଥା ପୁନରୁଦ୍ଧାର ପାଇଁ ତୈଳ ଓ ପ୍ରାକୃତିକ ଗ୍ୟାସ ନିଗମ (ଓଏନ୍‍ଜିସି) ମଙ୍ଗଳବାର ଭାରତୀୟ ପ୍ରତ୍ନତତ୍ୱ ସଂସ୍ଥା (ଏଏସଆଇ)କୁ ୫ କୋଟି ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତୈଳ ଓ ପ୍ରାକୃତିକ ଗ୍ୟାସ ନିଗମକୁ ଧନ୍ୟବାଦ ଜଣାଇ କହିଛନ୍ତି ଯେ, କୋଣାର୍କ କେବଳ କଳାକୃତି ନୁହେଁ ଏହା ଓଡିଆ ଆତ୍ମ ପରିଚୟ। ଓଡିଆ ଜାତି ଏକ ବୈଜ୍ଞାନିକ ପୃଷ୍ଠଭୂମିର ଆଧାରରେ ବିଶ୍ୱର ଆଶ୍ଚର୍ଯ୍ୟ କୋଣାର୍କକୁ ନିର୍ମାଣ କରିଥିଲା ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତିା

ସୂଚନା ଯୋଗ୍ୟ, ମେ ୩ ତାରିଖରେ ସାମୁଦ୍ରିକ ବାତ୍ୟା ‘ଫନୀ’ ପ୍ରଭାବରେ ଶ୍ରୀମନ୍ଦିର ଓ ସୂର୍ଯ୍ୟ ମନ୍ଦିରରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏହାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଏସଆଇ ସହ ଆଲୋଚନା କରିଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories