www.samajalive.in
Sunday, December 7, 2025
16.1 C
Bhubaneswar

କାର୍ଯ୍ୟକାରିଣୀ ବୈଠକରେ କଂଗ୍ରେସର ଆତ୍ମସମୀକ୍ଷା

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ବଡ଼ ଧରଣର ପରାଜୟ ପରେ କଂଗ୍ରେସ ନିଜର ଆତ୍ମସମୀକ୍ଷା ଚଳାଇଛି। ଏଥିପାଇଁ ଶନିବାର ନୂଆଦିଲ୍ଲୀଠାରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ବରିଷ୍ଠ ନେତା ପି. ଚିଦାମ୍ବରମ, ଗୁଲାମ ନବୀ ଆଜାଦ, ମଲିକାର୍ଜୁନ ଖାର୍ଗେ, ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂହଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଯୋଗଦେଇଛନ୍ତି।

୨୦୧୪ ଲୋକସଭା ନିର୍ବାଚନରେ ଦଳ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିବା ସହ ମାତ୍ର ୪୪ ଆସନରେ ବିଜୟୀ ହୋଇଥିଲା। ଏଥର ଦଳ ତା’ଠାରୁ କିଛି ଭଲ ପ୍ରଦର୍ଶନ କରିଥିଲେ ହେଁ ତାହା ମଧ୍ୟ ନୈରାଶ୍ୟଜନକ। ତେଣୁ କେଉଁଠି ତ୍ରୁଟି ରହିବାରୁ ଦଳକୁ ଆଶଜନକ ଫଳ ମିଳିଲା ନାହିଁ ସେ ନେଇ କାର୍ଯ୍ୟକାରିଣୀ ବୈଠକରେ ଆଲୋଚନା ହୋଇଥିଲା। ତେବେ ବୈଠକରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଯୋଗଦେଇ ନ ଥିଲେ।

- Advertisement -

ଅପ୍ୟପଟେ ଦଳର ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏହି ପରାଜୟ ପାଇଁ ନିଜକୁ ଦାୟୀ କରିଛନ୍ତି। ଏଥିପାଇଁ ସେ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବେ ବୋଲି ସିଡବ୍ଲୁସି ବୈଠକରେ କହିଥିଲେ। ତେବେ ରାହୁଲ ନିଜ ପଦରେ ରହି କାର୍ଯ୍ୟ କରିବାକୁ ଦଳର ବରିଷ୍ଠ ନେତାମାନେ ଚାହୁଁଥିବା ନେଇ ବୈଠକରେ ମତପ୍ରକାଶ କରିଥିବା ଜଣାପଡ଼ିଛି।

ସେପଟେ ଦଳରେ ନୂଆକରି ଯୋଗଦେଇଥିବା ରାହୁଲ ଗାନ୍ଧୀଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଉତ୍ତର ପ୍ରଦେଶ ଦାୟିତ୍ଵ ଦିଆଯାଇଥିବାବେଳେ ସେଠାରେ ବି ଦଳକୁ ସଫଳତା ମିଳିପାରି ନାହିଁ। ପ୍ରିୟଙ୍କା ଯେଉଁସବୁ ଆସନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ ସେଗୁଡ଼ିକ ମଧ୍ୟରୁ ଅଧିକାଂଶ ଆସନରେ ଦଳୀୟ ପ୍ରାର୍ଥୀ ପରାଜିତ ହୋଇଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories