www.samajalive.in
Wednesday, December 10, 2025
23.1 C
Bhubaneswar

ରାଜ୍ୟ ସଂଗ୍ରହାଳୟରେ ରହିବ ଏଭେରେଷ୍ଟ ବିଜୟିନୀ କଳ୍ପନାଙ୍କ ବ୍ୟବହୃତ ସାମଗ୍ରୀ

ଭୁବନେଶ୍ୱର: ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସଙ୍କ ସ୍ମୃତିକୁ ଉଜ୍ଜୀବିତ ରଖିବା ଉଦ୍ଦେଶ୍ୟରେ ତାଙ୍କ ଦ୍ୱାରା ବ୍ୟବହୃତ କିଛି ସାମଗ୍ରୀ ରାଜ୍ୟ ସଂଗ୍ରହାଳୟରେ ପ୍ରଦର୍ଶିତ ହେବ ବୋଲି ସଂଗ୍ରହାଳୟର ଅଧୀକ୍ଷକ ଡ. ଜୟନ୍ତୀ ରଥ କହିଛନ୍ତି। କଳ୍ପନା ୨୦୧୮ରେ ତାଙ୍କ ସଫଳତାର ସନ୍ତକ-ଆରୋହଣ ପରଚ୍ଛଦ, ଜୋତା ଓ ଅନ୍ୟାନ୍ୟ ସାମଗ୍ରୀ ସଂସ୍କୃତି ବିଭାଗକୁ ପ୍ରଦାନ କରିଥିଲେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କ ସହିତ ଏକ ଅନୌପଚାରିକ ସାକ୍ଷାତ ବେଳେ ସେ ବ୍ୟବହୃତ ସାମଗ୍ରୀ ପ୍ରଦାନ କରିଥିଲେ।

କଳ୍ପନା ‘ତିନି ମହିଳା ଅଭିଯାତ୍ରୀ’ ଦଳର ସଦସ୍ୟ ଭାବରେ ଦ୍ୱିତୀୟ ଥର ପାଇଁ ଏଭେରେଷ୍ଟ ଶୃଙ୍ଗ ଅରୋହଣ କରି ପ୍ରତ୍ୟାବର୍ତନ କରୁଥିବା ସମୟରେ ବାଲ୍‍କୋନୀ ଏରିୟାରେ ଅସୁସ୍ଥ ହୋଇ ମୃତ୍ୟୁବରଣ କରିଥିଲେ। ସେ ଭାରତ ସମେତ ନେପାଳ, ଦକ୍ଷିଣ ଆମେରିକା, ଅଷ୍ଟ୍ରେଲିଆ ଓ ୟୁରୋପର ଅନେକ ପର୍ବତ ଶୃଙ୍ଗ ଆରୋହଣ କରିବାର ସୌଭାଗ୍ୟ ଅର୍ଜନ କରିଥିଲେ।

- Advertisement -

ସୂଚନା ଯୋଗ୍ୟ, ୧୯୬୬ରେ ଜନ୍ମିତ କଳ୍ପନା ଦାସ ଜଣେ ଆଇନଜୀବୀ ହୋଇଥିଲେ ମଧ୍ୟ ଦୁଃସାହସିକ କ୍ରୀଡ଼ାରେ ଆଜୀବନ ରୁଚି ରଖିଥିଲେ। ୨୦୦୮ ମଇ ୨୧ ତାରିଖ ଦିନ ସେ ଆମେରିକା, କାନାଡ଼ା ଓ ନେପାଳର ପର୍ବତାରୋହୀଙ୍କ ଦଳରେ ସାମିଲ ହୋଇ ବିଶ୍ୱର ଉଚ୍ଚତମ ପର୍ବତ ଶୃଙ୍ଗ ଆରୋହଣ କରିବାରେ ସଫଳ ହୋଇଥିଲେ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories