www.samajalive.in
Sunday, December 7, 2025
15.1 C
Bhubaneswar

କଞ୍ଚାଲଙ୍କା ମଟନ

ମଟନ – ୫୦୦ ଗ୍ରାମ
କଞ୍ଚାଲଙ୍କା – ଆବଶ୍ୟକ ଅନୁଯାୟୀ
ହଳଦୀ ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଲଙ୍କା ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
କଟା ଟମାଟୋ – ଆବଶ୍ୟକ ଅନୁଯାୟୀ
କସ୍ତୁରୀ ମେଥି – ଆବଶ୍ୟକ ଅନୁଯାୟୀ
ଗରମ ମସଲା – ଆବଶ୍ୟକ ଅନୁଯାୟୀ
ସୋରିଷ ତେଲ – ଆବଶ୍ୟକ ଅନୁଯାୟୀ
ଧନିଆ ପତ୍ର – ଆବଶ୍ୟକ ଅନୁଯାୟୀ
ଲୁଣ – ଆବଶ୍ୟକ ଅନୁଯାୟୀ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସ ଲଗାଇ କଡ଼େଇ ବସାନ୍ତୁ। କଡ଼େଇରେ ପାଣି ଗରମ କରି କଞ୍ଚାଲଙ୍କା ପକାଇ ଫୁଟାନ୍ତୁ। କିଛି ସମୟ ଫୁଟିବା ପରେ ସେଥିରେ ମଟନ ପକାନ୍ତୁ। ମଟନ ଅଳ୍ପ ସିଝିବା ପରେ ଏଥିରେ ଲଙ୍କାଗୁଣ୍ଡ, ହଳଦୀ ଗୁଣ୍ଡ, ଲୁଣ ପକାଇ କିଛି ସମୟ ଘୋଡ଼ଣୀ ଦେଇ ରଖନ୍ତୁ। କିଛି ସମୟ ପରେ ସେଥିରେ ବଡ଼ ଚାମଚ ସୋରିଷ ତେଲ ପକାଇ ସିଝାନ୍ତୁ। କିଛି ସମୟ ପରେ ଛୋଟ ଛୋଟ କଟା ହୋଇଥିବା ଟମାଟୋ, କସ୍ତୁରୀ ମେଥି ପକାଇ ଘୋଡ଼ାଇ ଦିଅନ୍ତୁ। ଅଳ୍ପ ସମୟ ପରେ ସେଥିରେ ଗରମ ମସଲା ଓ ଧନିଆ ପତ୍ର ପକାଇ ଭଲରେ ଗୋଳାଇ ୨ରୁ ୩ ମିନିଟ ଗ୍ୟାସରେ ବସାନ୍ତୁ। ପ୍ରସ୍ତୁତ ହୋଇଗଲା କଞ୍ଚାଲଙ୍କା ମଟନ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories