www.samajalive.in
Sunday, December 7, 2025
18.1 C
Bhubaneswar

ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବକୁ ୫୪ମୃତ ବିଜେପି କର୍ମୀଙ୍କ ପରିବାରକୁ ଆମନ୍ତ୍ରଣ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସାରେ ପ୍ରାଣ ହରାଇଥିବା ୫୪ ଜଣ ବିଜେପି କର୍ମୀଙ୍କ ପରିବାର ଲୋକଙ୍କୁ ଗୁରୁବାର ଅନୁଷ୍ଠିତ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବକୁ ସ୍ବତନ୍ତ୍ର ଅତିଥି ଭାବେ ଆମନ୍ତ୍ରଣ କରାଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଓ ମୋଦୀଙ୍କ ମଧ୍ୟରେ ମଙ୍ଗଳବାର ଅନୁଷ୍ଠିତ ମାରାଥନ ବୈଠକରେ ଏ ସମ୍ବନ୍ଧରେ ନିଷ୍ପତ୍ତି ନିଆଯାଇଛି। ୨୦୧୮ ପଞ୍ଚାୟତ ନିର୍ବାଚନ ଓ ସାଧାରଣ ନିର୍ବାଚନ ବେଳେ ହିଂସାରେ ପ୍ରାଣ ହରାଇଥିବା ବିଜେପି କର୍ମୀଙ୍କ ପରିବାରକୁ ଏହି ତାଲିକାରେ ସାମିଲ କରାଯାଇଛି। ପ୍ରତ୍ୟେକ ପରିବାରରୁ ୨ ଜଣ ଲେଖାଏଁ ସଦସ୍ୟ ମୋଦୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ଦଳ ଏମାନଙ୍କ ଗସ୍ତ, ରହିବା ଓ ଖାଇବାର ସମସ୍ତ ଖର୍ଚ୍ଚ ବହନ କରିବ ବୋଲି ରାଜ୍ୟ ବିଜେପି ସଭାପତି ଦିଲ୍ଲୀପ ଘୋଷ ପ୍ରକାଶ କରିଛନ୍ତି। ମୋଦୀ ପଶ୍ଚିମବଙ୍ଗବାସୀଙ୍କ ସହିତ ଅଛନ୍ତି ବୋଲି ବିଜେପି ଏହି ସ୍ବତନ୍ତ୍ର ଆମନ୍ତ୍ରଣ ମାଧ୍ୟମରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତୃଣମୂଳ କଂଗ୍ରେସକୁ ବାର୍ତ୍ତା ଦେଇଛି। ଏଥିସହ ରାଜ୍ୟରେ ବିଜେପିର ପଥ ରୋକିବା ଲାଗି ରାଜନୈତିକ ହିଂସା ଘଟାଯାଇଥିବା ବିଜେପି ଅଭିଯୋଗ କରିଛି।

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories