www.samajalive.in
Tuesday, December 9, 2025
15.1 C
Bhubaneswar

ସୋପିଆନରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ସୋପିଆନରେ ଶୁକ୍ରବାର ସକାଳେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୋପିଆନ ଜିଲାର ଦ୍ରାଗଦ ସୁଗାନ ଅଞ୍ଚଳରେ ଏହି ଗୁଳିବିନିମୟ ଘଟିଛି।

ସୂଚନା ମୁତାବକ, ଦ୍ରାଗତ ସୁଗାନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିଥିଲା। ଏହା ପରେ ପୁଲିସ ଏବଂ ସେନା ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ମିଳିତ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାର ଜବାବରେ ଯବାନମାନେ ମଧ୍ୟ ପ୍ରତିଆକ୍ରମଣ କରିଥିଲେ। ଗୁଳିବିନିମୟ​‌ରେ ଜଣେ ଆତଙ୍କବାଦୀ ନିହତ ହୋଇଥିବାବେଳେ ଅନ୍ୟମାନଙ୍କୁ ଧରିବା ଲାଗି ଯବାନଙ୍କ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories