www.samajalive.in
Thursday, December 11, 2025
14.1 C
Bhubaneswar

ସ୍ୱାସ୍ଥ୍ୟ ଭିତ୍ତିଭୂମି ସଜାଡ଼ିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ୧୦୦ ଦିନିଆ ଟାର୍ଗେଟ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ଗ୍ରହଣ କରିବା ପରେ ମନ୍ତ୍ରୀ ନବକିଶୋର ଦାସ ବିଭାଗୀୟ ଅଧିକାରୀମାନଙ୍କ ସହ ରାଜ୍ୟରେ ସ୍ୱାସ୍ଥ୍ୟ ସେବା ସମ୍ପର୍କରେ ଆଲୋଚନା କରିଛନ୍ତି। ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଏବଂ ଭିତିଭୂମି ବିକାଶଠାରୁ ଆରମ୍ଭକରି ମାନବ ସମ୍ବଳ ବିକାଶ ନିମନ୍ତେ ୧୦୦ ଦିନିଆ ଲକ୍ଷ୍ୟ ଧାର୍ଯ୍ୟ କରି କାମ କରିବା ଉପରେ ସ୍ୱାସ୍ଥ୍ୟମନ୍ତ୍ରୀ ଗୁରୁତ୍ୱ ପ୍ରଦାନ କରିଛନ୍ତି। ଲୋକଙ୍କୁ ମେଡିକାଲଠାରୁ ଆରମ୍ଭ କରି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପର୍ଯ୍ୟନ୍ତ ସୁବିଧାରେ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଇବା, ଖାଲି ଥିବା ପଦବୀ ପୂରଣ କରିବା, ଅଧିକ ସଂଖ୍ୟକ ଡାକ୍ତର ସୃଷ୍ଟି କରିବା ପ୍ରସଙ୍ଗରେ ମନ୍ତ୍ରୀ ଆଲୋଚନା କରିଛନ୍ତି।

ଅନୁଷ୍ଠିତ ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡାକ୍ତର ପ୍ରମୋଦ କୁମାର ମେହେର୍ଦ୍ଦା ବିଭାଗର ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ ଓ ଲକ୍ଷ୍ୟ ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏଥିରେ ସ୍ୱତନ୍ତ୍ର ଶାସନ ସଚିବ ଶରତ ମିଶ୍ର ଓ ଡାଃ ବି.କେ.ବ୍ରହ୍ମା, ରାଜ୍ୟ ମେଡିକାଲ ନିଗମ ଏମ୍‍.ଡି ଅର୍ଚ୍ଚନା ପଟ୍ଟନାୟକ, ଯୁଗ୍ମ ସଚିବ ଯାମିନୀ ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

Related Articles

Popular Categories