ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ରବିବାର ରାଜ୍ୟର ୧୦ଟି ଜିଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି। ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ସନ୍ଧ୍ୟା ୫ଟା ୩୦ ଯାଏ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି ଏବଂ ମାଲକାନଗିରି ଆଦି ୧୦ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।
Popular Categories



