ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୮ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀ ଗସ୍ତ କାଳରେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବେ ବୋଲି ଜଣାପଡ଼ିଛି। ମେ ୨୯ରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ଶପଥ ନେବା ପରେ ଏହା ହେବ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଦିଲ୍ଲୀ ଗସ୍ତ । ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଓଡ଼ିଶାର ଦୀର୍ଘଦିନର ଦାବି ଓଡ଼ିଶା ପାଇଁ ସ୍ବତନ୍ତ୍ର ପାହ୍ୟା ମାନ୍ୟତା ପ୍ରଦାନ ସଂକ୍ରାନ୍ତରେ ଦାବି ରଖିବା ସହିତ କୋଇଲା ରୟାଲଟିରେ ସଂଶୋଧନ ଆଣିବା ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହାଛଡ଼ା ରାଜ୍ୟ ସ୍ବାର୍ଥ ସମ୍ବଳିତ ଅନ୍ୟାନ୍ୟ ପ୍ରସଙ୍ଗରେ ମଧ୍ୟ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହେବ । ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ କାଳରେ ଓଡ଼ିଶାର ଅନ୍ୟାନ୍ୟପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବାର ଯୋଜନା ରହିଛି ।
Popular Categories



