www.samajalive.in
Tuesday, December 9, 2025
26.1 C
Bhubaneswar

ଇଦ୍‍ ଅବସରରେ ପରଦାକୁ ଆସିଲା ‘ଭାରତ’ : ଭାଙ୍ଗିପାରେ ଅନେକ ରେକର୍ଡ଼

ମୁମ୍ବଇ : ସଲମାନ ଖାନଙ୍କ ଅଭିନୀତ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଭାରତ’ ବୁଧବାର ଇଦ୍‍ ଅବସରରେ ମୁକ୍ତିଲାଭ କରିଛି। ଚଳଚ୍ଚିତ୍ରକୁ ନେଇ ସିନେପ୍ରେମୀ ଖୁବ୍‍ ଉତ୍ସାହିତ ଥିବା ପରିଲକ୍ଷିତ ହୋଇଛି। ସାମାଜିକ ଗଣମାଧ୍ୟମରେ ମଧ୍ୟ ଚଳଚ୍ଚିତ୍ରକୁ ଭଲ ପ୍ରତିକ୍ରିୟା ମିଳୁଛି। ଚଳଚ୍ଚିତ୍ର ପାଇଁ ପ୍ରବଳ ମାତ୍ରାରେ ଆଗୁଆ ଟିକେଟ ବୁକିଂ କରାଯାଇଥିବା ବେଳେ ଏହା ପ୍ରଥମ ଦିନରେ ଅନେକ ରେକର୍ଡ଼ ଭାଙ୍ଗିବ ବୋଲି ଚଳଚ୍ଚିତ୍ର ସମୀକ୍ଷକମାନେ ମତପୋଷଣ କରିଛନ୍ତି। ମୁକ୍ତିଲାଭର ପ୍ରଥମ ଦିନରେ ‘ଭାରତ’ ୩୫-୪୦ କୋଟି ଟଙ୍କାର ବ୍ୟବସାୟ କରିବ ବୋଲି ଟ୍ରେଡ଼ ଆନାଲିଷ୍ଟ ସୁମିତ କାଦେଲ ପୂର୍ବାନୁମାନ କରିଛନ୍ତି।

ସୂଚନାଯୋଗ୍ୟ, ଚଳଚ୍ଚିତ୍ରରେ ସଲମାନଙ୍କ ବ୍ୟତୀତ କ୍ୟାଟ୍ରିନା କୈଫ୍‍, ଦିଶା ପଟାନୀ, ତବୁ, ଜ୍ୟାକି ଶ୍ରଫ୍‍, ସୁନୀଲ ଗ୍ରୋଭର ପ୍ରମୁଖ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି।

Hot this week

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

Related Articles

Popular Categories