www.samajalive.in
Monday, December 8, 2025
24.1 C
Bhubaneswar

ଶିକ୍ଷକ ଭକ୍ତ ନାଏକଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର

ବଲାଙ୍ଗିର: ଲୋଇସିଂହା ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ଭକ୍ତ ଚରଣ ନାଏକଙ୍କୁ ‘ପ୍ରକୃତିବନ୍ଧୁ’ ପୁରସ୍କାର ପ୍ରଦାନ କରାଯାଇଛି। ସେ ଗତ ୧୦ ବର୍ଷ ଧରି ବିଦ୍ୟାଳୟରେ ଶିକ୍ଷାଦାନ କରିବା ସହିତ ଇକୋ କ୍ଲବ ତଥା ଏନସିସିର ଦାୟିତ୍ୱ ତୁଲାଇ ଆସୁଛନ୍ତି। ଏହା ସହିତ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ, ଜଳବାୟୁ ପରିବର୍ତ୍ତନ ସଂକ୍ରାନ୍ତୀୟ କର୍ମଶାଳା ଆୟୋଜନ, ପ୍ରତି ବର୍ଷ ବିଶ୍ୱ ଯୋଗ ଦିବସରେ ଯୋଗ ଦିବସ ପାଳନ, ଏନସିସି ତରଫରୁ ପ୍ରାଥମିକ ଚିକିତ୍ସା ସମ୍ବନ୍ଧୀୟ କର୍ମଶାଳା ଆୟୋଜନ ତଥା ଇକୋ କ୍ଲବ ତରଫରୁ ପରିବେଶ ସୁରକ୍ଷା ସମ୍ବନ୍ଧୀୟ ଆଲୋଚନା ଚକ୍ର ଏବଂ କର୍ମଶାଳା ଆୟୋଜନ କରିବା ସହିତ ସେହି ଅଞ୍ଚଳରେ ଶିକ୍ଷାର ବିକାଶ ପାଇଁ ଅନବରତ ଚେଷ୍ଟା କରିଆସୁଛନ୍ତି।

ଏହାର ଫଳ ସ୍ୱରୂପ ଚଳିତ ବର୍ଷ ପାଇଁ ତାଙ୍କୁ ଓଡିଶା ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଟିଟିଲାଗଡଠାରେ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଜିଲା ସ୍ତରୀୟ ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଓ ଜିଲ୍ଲା ବନ ବିଭାଗ ଅଧିକାରୀ ଶ୍ରୀ ନାଏକଙ୍କୁ ୫ହଜାର ଟଙ୍କା ସହ ପ୍ରମାଣପତ୍ର ପ୍ରଦାନ କରିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories