www.samajalive.in
Tuesday, December 9, 2025
16.1 C
Bhubaneswar

୯ରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ବର : କ୍ରମାଗତ ଭାବେ ପଞ୍ଚମ ଥର ପାଇଁ ଓଡ଼ିଶାର ଶାସନ ଭାର ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୯ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଜୁନ ୧୧ତାରିଖରେ ଶ୍ରୀ ପଟ୍ଟନାୟକ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି। ଏହା ପରେ ଶ୍ରୀ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ରାଜ୍ୟର ବିଭିନ୍ନ ସ୍ବାର୍ଥସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା କରିବେ। ଏହି ଦିନ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ନିତି ଆୟୋଗ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
୨୦୧୯ ନିର୍ବାଚନ ପରେ ଜାତୀୟ ସ୍ତରରେ ବିଜେପି ଓ ରାଜ୍ୟରେ ବିଜେଡ଼ି ସ୍ପଷ୍ଟ ବହୁମତ ପାଇ ସରକାର ଗଢ଼ିଥିବାବେଳେ ଦୁଇ ପ୍ରମୁଖ ନେତା ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଓଡ଼ିଶାକୁ କେନ୍ଦ୍ରୀୟ ସହାୟତା ଓ କେନ୍ଦ୍ର-ରାଜ୍ୟ ସମ୍ପର୍କ ଦୃଷ୍ଟିରୁ ସେମାନଙ୍କ ସାକ୍ଷାତ ବିଶେଷ ମହତ୍ତ୍ବ ରଖୁଛି।
ଦିଲ୍ଲୀ ଗସ୍ତ କାଳରେ ଶ୍ରୀ ପଟ୍ଟନାୟକ ନିଜ ଦଳର ସାଂସଦମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ‘ଫଣି’ କ୍ଷତିଗ୍ରସ୍ତ ଅଞ୍ଚଳର ପୁନରୁଦ୍ଧାର କ୍ଷେତ୍ରରେ ଓଡ଼ିଶାକୁ ଆବଶ୍ୟକ ସହାୟତା ଯୋଗାଇଦେବା ସଂକ୍ରାନ୍ତରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ନିକଟରେ ଆୟୁଷ୍ମାନ ଭାରତର ସିଇଓ ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ସହ ପୃଥକ ବୈଠକରେ ଯୋଗଦେବା ସହିତ ଓଡ଼ିଶାରେ ଏହାକୁ ଲାଗୁ କରିବା ନିମନ୍ତେ ଆଲୋଚନା କରିଥିଲେ। ଏ ପ୍ରସଙ୍ଗରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କର ଆଲୋଚନା ହୋଇପାରେ।
ଲୋକସଭାରେ ବିଜେଡ଼ି ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଉପବାଚସ୍ପତି କରାଯିବା ନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ ମଧ୍ୟ ଗୁରୁତ୍ବ ବହନ କରୁଛି। ଗସ୍ତ କାଳରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ନେଇ କିଛି କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ୧୪ ତାରିଖରେ ଫେରିବେ ବୋଲି ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories