ଘଡଘଡି ସହ କୁଆପଥର ବର୍ଷା ସମ୍ଭାବନା

0

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୪ଟି ଜିଲାରେ ଘଡଘଡି ସହ କୁଆପଥର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।  କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ନୟାଗଡ଼ ଓ ଖୋର୍ଦ୍ଧା ଆଦି ଜିଲାରେ କୁଆପଥର ସହ ବର୍ଷା ହେବାର ସମ୍ଭବନା ରହିଛି । ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

Leave A Reply