www.samajalive.in
Friday, December 12, 2025
26.1 C
Bhubaneswar

ଶୋଇଥିବା ଅବସ୍ଥାରେ ବ୍ୟକ୍ତିଙ୍କୁ ଗୁଳିକରି ହତ୍ୟା କଲେ ଦୁର୍ବୃତ୍ତ

ବରଗଡ଼ : ବରଗଡ଼ ନିକଟରେ ଥିବା ଜମୁର୍ଡ଼ା ଗ୍ରାମର ଏକ ଛତୁଆ ୟୁନିଟ ନିକଟରେ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଛନ୍ତି। ମୃତକ ହେଲେ ବସନ୍ତ ପ୍ରଧାନ (୫୦)। ସେ ସମ୍ବଲପୁର ଜିଲା ଧମା ନିକଟସ୍ଥ ବରଗାଁର ବୋଲି ଜଣାପଡ଼ିଛି। ବସନ୍ତ ତାଙ୍କ ଭଉଣୀ ଘରେ ୨ବର୍ଷ ହେବ ରହୁଥିଲେ।।ରାତିରେ ଖାଇବା ପରେ ସେ ଛାତ ଉପରେ ଶୋଇଥିବା ସମୟରେ ହଠାତ ଗୁଳି ଫୁଟିବା ଶବ୍ଦ ପରିବାର ବର୍ଗ ଶୁଣି ଛାତ ଉପରକୁ ଯାଇଥିଲେ। ଗରୁତର ଭାବେ ବସନ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ବିକାଶ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଘଟଣାସ୍ଥଳରେ ଦୁଇଟି ଖୋକା ଓ ଗୋଟିଏ ଜୀବନ୍ତ ଗୁଳି ପଡ଼ିଥିବାର ଜଣାପଡ଼ିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories