www.samajalive.in
Wednesday, December 10, 2025
16.1 C
Bhubaneswar

୨୦୨୪ ସୁଦ୍ଧା ସମସ୍ତଙ୍କୁ ବିଶୁଦ୍ଧ ପାନୀୟ ଜଳ : ଗଜେନ୍ଦ୍ର ସିଂହ ଶେଖାୱତ

ନୂଆଦିଲ୍ଲୀ : ଦେଶର ସମସ୍ତ ପରିବାରକୁ ୨୦୨୪ ସୁଦ୍ଧା ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିରୁ ବଞ୍ଚିତ ପ୍ରାୟ ୧୪କୋଟି ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ଯୋଜନା ପ୍ରସ୍ତୁତ ହେଉଛି ଓ ଏହା ଶୀଘ୍ର କାର୍ଯ୍ୟକାରୀ କରାଯିବ ବୋଲି କହିଛନ୍ତି କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ। ଏଥିସହିତ ଜଳ ସଂରକ୍ଷଣ ଉପରେ କେନ୍ଦ୍ର ସରକାର ସର୍ବାଧିକ ଗୁରୁତ୍ବ ଦେଉଛନ୍ତି ବୋଲି ସେ କହିଛନ୍ତି। ଶେଖାୱତଙ୍କ କହିବାନୁସାରେ ଉତ୍ତରପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଓଡ଼ିଶା, ଛତିଶଗଡ଼ରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ମାତ୍ର ୫ପ୍ରତିଶତରୁ ମଧ୍ୟ କମ୍‌ ରହିଛି। ଏହି ସବୁ ରାଜ୍ୟରେ ଯୋଜନାବଦ୍ଧ ଭାବେ ଓ ଧାର୍ଯ୍ୟ ସମୟ ମଧ୍ୟରେ ସମସ୍ତଙ୍କୁ ପାନୀୟ ଜଳ ଯୋଗାଇ ଦିଆଯିବ। ମଙ୍ଗଳବାର ବିଭିନ୍ନ ରାଜ୍ୟର ଜଳସମ୍ପଦ ମନ୍ତ୍ରୀମାନଙ୍କ ସହିତ ଏକ ବୈଠକରେ ଶେଖାୱତ ସମ୍ଭାବ୍ୟ ମରୁଡ଼ି ପରିସ୍ଥିତିର ମୁକାବିଲା ଓ ଜଳ ସଂରକ୍ଷଣ ସମ୍ପର୍କରେ ଆଲୋଚନା କରିଥିଲେ। ଜଳର ଚାହିଦା ଓ ଯୋଗାଣ ମଧ୍ୟରେ ରହିଥିବା ତାରତମ୍ୟ ହ୍ରାସ ଉପରେ ବୈଠକରେ ସେ ଗୁରୁତ୍ବାରୋପ କରିଥିଲେ। ଏଥିସହିତ ବିଭିନ୍ନ ରାଜ୍ୟରେ ରହିଥିବା ଜଳ ସମ୍ପର୍କିତ ବିବାଦର ସମାଧାନ ସମ୍ପର୍କରେ ସେ ମନ୍ତ୍ରୀ ଓ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ।

Hot this week

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

Related Articles

Popular Categories