www.samajalive.in
Tuesday, December 9, 2025
15.1 C
Bhubaneswar

ରଜ ପରେ ଯୁକ୍ତ ୨ ବାଣିଜ୍ୟ ଓ କଳା ପରୀକ୍ଷା ଫଳ

ଭୁବନେଶ୍ଵର: ରଜ ପରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ। ଗତ ୩ ତାରିଖରେ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିବାବେଳେ ବାଣିଜ୍ୟ ଏବଂ କଳା ପରୀକ୍ଷା ଫଳ କେବେ ପ୍ରକାଶ ପାଇବ ତାହାକୁ ନେଇ ନାନା କଳ୍ପନାଜଳ୍ପନା ଲାଗି ରହିଥିଲା। ତେବେ ରଜ ପରେ ଅର୍ଥାତ ଆସନ୍ତା ୧୭ କିମ୍ବା ୧୮ ତାରିଖ ବେଳକୁ ଏହି ଦୁଇଟି ବିଭାଗର ଫଳାଫଳ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଚଳିତବର୍ଷ ବାତ୍ୟା ଫନି ଯୋଗୁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଛି। ମେ ମାସର ୨ କିମ୍ବା ୩ ସପ୍ତାହ ବେଳକୁ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ କରାଯିବା ନେଇ ପୂର୍ବରୁ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତି ହୋଇଥିଲା। କିନ୍ତୁ ଏହା ପୂର୍ବରୁ ବାତ୍ୟା ହୋଇଯିବାରୁ ଖାତାଦେଖା ଏବଂ ଅନ୍ୟାନ୍ୟ କାର୍ଯ୍ୟ ବିଳମ୍ବିତ ହୋଇଥିଲା। ବାତ୍ୟା ପରେ ପ୍ରଥମେ ଜୁନ ୩ରେ ବିଜ୍ଞାନ ବିଭାଗର ଫଳାଫଳ ପ୍ରକାଶ ପାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories