www.samajalive.in
Tuesday, December 9, 2025
15.1 C
Bhubaneswar

ସୋମବାର ଶ୍ରୀଜୀଉଙ୍କ ସ୍ନାନଯାତ୍ରା

ପୁରୀ: ଆସନ୍ତାକାଲି (ସୋମବାର) ଶ୍ରୀଜୀଉଙ୍କ ସ୍ନାନଯାତ୍ରା। ପ୍ରସ୍ତୁତି ସ୍ୱରୂପ ରବିବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହୋଇଛି। ସୋମବାର ଶ୍ରୀଜୀଉ ସ୍ନାନବେଦୀରେ ୧୦୮ କୁମ୍ଭ ସୁବାସିତ ଜଳରେ ସ୍ନାନ କରିବେ। ମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଆଜି ରାତି ୨ଟା ୩୦ସୁଦ୍ଧା ପ୍ରଭୁଙ୍କ ପହୁଡ଼ କରାଯିବ।

ସୋମବାର ସକାଳ ୪ଟାରେ ମଙ୍ଗଳାର୍ପଣ ଅନୁଷ୍ଠିତ ହେବ। ସକାଳ ୪ଟା ୩୦ରୁ ୬ଟା ୩୦ ମଧ୍ୟରେ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନମଣ୍ଡପକୁ ବିଜେ କରିବାର କାର୍ଯ୍ୟକ୍ରମ ରହିଛି। ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ନିର୍ଦ୍ଧାରିତ ସମୟରେ କରାଯିବ ବୋଲି ଦଇତାପତି ନିଯୋଗ ପକ୍ଷରୁ କୁହାଯାଇଛି। ସ୍ନାନବେଦୀରେ ମହାପ୍ରଭୁଙ୍କୁ ହାତୀବେଶ କରାଯିବ। ଏହି ଦୁର୍ଲଭ ବେଶ ପାଇଁ ପଟ୍ଟି ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories