www.samajalive.in
Tuesday, December 9, 2025
26.1 C
Bhubaneswar

ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ମହାପ୍ରଭୁ

ପୁରୀ : ସୋମବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେଉଛି । ମହାପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହ ସ୍ନାନମଣ୍ଡପରେ ବିରାଜମାନ କରିଛନ୍ତି । ମନ୍ଦିରର ପରିସର ଥିବା ସ୍ୱର୍ଣ୍ଣକୂପର ସୁବାସିତ ଜଳରେ ଶ୍ରୀଜିଉଙ୍କ ମହାସ୍ନାନ କରିଛନ୍ତି। ୧୦୮ ଗରା ଜଳରେ ଶ୍ରୀଜିଉଙ୍କୁ ମହାସ୍ନାନ କରାଯାଇଛି। । ପ୍ରଭୁ ବଳଭଦ୍ର ୩୩, ଜଗନ୍ନାଥ ୩୫, ଦେବୀ ସୁଭଦ୍ରା ୨୨ ଓ ସୁଦର୍ଶନ ମହାପ୍ରଭୁ ୧୮ ଗରାରେ ମହାସ୍ନାନ କରିବେ । ସ୍ନାନଯାତ୍ରା ପରେ ମହାପ୍ରଭୁ ହାତୀବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ।

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟସୂଚୀ ଅନୁଯାୟୀ ସକାଳ ସାଢ଼େ ୪ଟାରୁ ପହଣ୍ଡି ଆରମ୍ଭ ହୋଇଥିଲା । ଅପରାହ୍ଣ ୪ରୁ ୫ଟା ମଧ୍ୟରେ ମହାପ୍ରଭୁ ଭକ୍ତଙ୍କୁ ହାତୀବେଶରେ ଦର୍ଶନ ଦେବେ । ରାତି ସାଢ଼େ ୭ରୁ ସାଢ଼େ ୯ଟା ମଧ୍ୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ସାହାଣମେଲା ଦର୍ଶନ କରିପାରିବେ । ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories