www.samajalive.in
Monday, December 8, 2025
17.1 C
Bhubaneswar

ଅଲାରନାଥଙ୍କ ପୀଠରେ ଅଣସର ଦର୍ଶନ ଆରମ୍ଭ

ବ୍ରହ୍ମଗିରି: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ସମାପନ ହେବା ପରେ ମହାପ୍ରଭୁ ଅଣସରରେ ରହିଛନ୍ତି। ଏଥିପାଇଁ ମଙ୍ଗଳବାରଠାରୁ ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ମହାପ୍ରଭୁଙ୍କ ଅଣସର ଦର୍ଶନ ଆରମ୍ଭ ହୋଇଛି। ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଅଣସର ଦର୍ଶନ ଲାଗି ସକାଳୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶ୍ରଦ୍ଧାଳୁଙ୍କ ଲମ୍ବାଧାଡ଼ି ଲାଗିଥିବାବେଳେ ସେମାନେ ଧାଡ଼ିରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। ଏହା ସହିତ ଅଣସର ସମୟରେ ଅଲାରନାଥଙ୍କ ପ୍ରସିଦ୍ଧ ଖିରି ଭୋଗ ପାଇବାକୁ ମଧ୍ୟ ଶ୍ରଦ୍ଧାଳୁମାନେ ଅପେକ୍ଷା କରିଛନ୍ତି।

ଅନ୍ୟପଟେ ମଙ୍ଗଳବାରଠାରୁ ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଅଣସର ଦର୍ଶନ ଆରମ୍ଭ ହେବା ପରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ପଟିଦିଅଁ ପୂଜା ପାଇବେ। ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ପଟିଦିଅଁଙ୍କୁ ଦର୍ଶନ କରିବେ।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories