www.samajalive.in
Friday, December 12, 2025
14.1 C
Bhubaneswar

ଜୁଲାଇ ୬ରୁ ବିଜେପିର ସଦସ୍ୟତା ସଂଗ୍ରହ ଅଭିଯାନ

ଭୁବନେଶ୍ୱର : ରାଜ୍ୟରେ ବିଜେପି ପକ୍ଷରୁ ନୂତନ ସଦସ୍ୟତା ସଂଗ୍ରହ ଅଭିଯାନ ଜୁଲାଇ ୬ରୁ ଆରମ୍ଭ ହୋଇ ଅଗଷ୍ଟ ୧୧ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ପ୍ରାୟ ୪୫ ଲକ୍ଷ ସଦସ୍ୟଙ୍କୁ ସାମିଲ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା କହିଛନ୍ତି। ପୂର୍ବାହ୍ନରେ ଶ୍ରୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଦସ୍ୟତା ଅଭିଯାନକୁ ସର୍ବବ୍ୟାପୀ କରିବାଲାଗି ଆଲୋଚନା ହୋଇଥିଲା। ଉଭୟ ଅନଲାଇନ ଏବଂ ଅଫ ଲାଇନ ମାଧ୍ୟମରେ ସଦସ୍ୟତା ଗ୍ରହଣ କରାଯିବ। ସଦସ୍ୟତା ଅଭିଯାନ ରାଜ୍ୟ ପ୍ରଭାରୀ ଅନନ୍ତ ନାୟକ କହିଛନ୍ତି ଯେ, ସଙ୍ଗଠନକୁ ସୁଦୃଢ କରିବା ଏବଂ ନୂତନ ସଦସ୍ୟ ସଂଗ୍ରହ ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ। ସାଧାରଣ ଲୋକ ଅନଲାଇନ ମାଧ୍ୟମରେ ସଦସ୍ୟତା ଗ୍ରହଣ କରିପାରିବେ। ଏଥିସହ ନିଜ ମୋବାଇଲ ନମ୍ବର ‘୮୯୮୦୮୦୮୦୮୦’ ନମ୍ବରରେ ମିସ୍ କଲ୍ କଲେ ସଦସ୍ୟତା ଗ୍ରହଣ କରିପାରିବେ। ଯେଉଁଠାରେ ମୋବାଇଲ ସେବା ଉପଲବ୍ଧ ନାହିଁ ସେଠାରେ ସଦସ୍ୟତା ଫର୍ମ ପୂରଣ କରି ସଦସ୍ୟତା ଗ୍ରହଣ କରାଯାଇପାରିବ। ଗୋଟିଏ ମୋବାଇଲ ନମ୍ବରରୁ ୪ ଜଣ ସଦସ୍ୟତା ନେଇପାରିବେ। ପ୍ରଥମ ଥର ମତଦାତା ହୋଇଥିବା ବା ହେବାକୁ ଥିବା ଯୁବକ ଓ ଯୁବତୀଙ୍କୁ ଯୋଗାଯୋଗ କରି ଦଳର ସଦସ୍ୟ ଭାବେ ସାମିଲ କରାଯିବାକୁ ପ୍ରାଥମିକତା ଦିଆଯିବ।
ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସହ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ସାଧାରଣ ସଂପାଦକ ଅରୁଣ ସିଂହ, ସହପ୍ରଭାରୀ ସାଂସଦ ସୁରେଶ ପୂଜାରୀ, ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ, ଜୁଏଲ ଓରାମ, ଗିରିଧର ଗମାଙ୍ଗ, କନକବର୍ଦ୍ଧନ ସିଂହଦେଓ, ବିଜୟ ମହାପାତ୍ର, ମନମୋହନ ସାମଲ, ଡା.ଦାମୋଦର ରାଉତ, ସୁରମା ପାଢୀ, ରାଜ୍ୟ ଉପସଭାପତି ସମୀର ମହାନ୍ତି,ଗୋଲକ ମହାପାତ୍ର ଉପସ୍ଥିତ ଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories