www.samajalive.in
Tuesday, December 9, 2025
26.1 C
Bhubaneswar

ପ୍ରଦୀପ୍ତ ନାୟକ ହେଲେ ବିଧାନସଭାରେ ବିରୋଧୀଦଳ ନେତା

ଭୁବନେଶ୍ୱର . – ଭବାନୀପାଟଣା ବିଜେପି ବିଧାୟକ ପ୍ରଦୀପ୍ତ ନାୟକ ବିଧାନସଭାରେ ବିରୋଧି ଦଳ ନେତା ହୋଇଛନ୍ତି । ବିଜେପି  ଓଡିଶା ପ୍ରଭାରୀ ଅରୁଣ ସିଂ ଏ ବିଷୟରେ ସୂଚନା ଦେଇଛନ୍ତି ।

ରବିବାରରେ  ବିଜେପିର ପ୍ରଦେଶ କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା । ବିଜେପିର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସରୋଜ ପାଣ୍ଡେଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଭାରୀ ଅରୁଣ ସିଂହ, ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ସମେତ ନବ ନିର୍ବାଚିତ ବିଧାୟକ ଉପସ୍ଥିତ ଥିଲେ ।

- Advertisement -

ଏହି ବୈଠକରେ ବିଧାନସଭାରେ ଦଳର ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିଲା । ମାତ୍ର ବିରୋଧୀ ଦଳ ନେତା ବିଷୟରେ କୌଣସି ନିଷ୍ପତି ହୋଇ ପାରି ନଥିଲା । ଏହାପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ନିକଟକୁ ବିଧାୟକମାନଙ୍କର ନାମ ପଠା ଯିବାସହ ଏ ବିଷୟରେ ନିଷ୍ପତ୍ତି ତାଙ୍କ ଉପରେ ନ୍ୟସ୍ତ କରାଯାଇଥିଲା  ।  ପ୍ରଦୀପ୍ତ ଙ୍କ ନାମକୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶବୁଜ ସଙ୍କେତ ଦେଇଥିବା ସୂଚନା ମିଳିଛି ।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories