www.samajalive.in
Saturday, December 13, 2025
26.1 C
Bhubaneswar

ରାଜଧାନୀରେ ଲୁଟ୍‌ ପାଇଁ ମହିଳା ଓ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ଲୁଟେରାଙ୍କ ଆତଙ୍କ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୁଟ୍‌ ପାଇଁ ସେମାନେ ଯାତ୍ରୀ ଏବଂ ପଥଚାରୀଙ୍କୁ ଆକ୍ରମଣ କରିବାକୁ ମଧ୍ୟ ପଛାଉନାହାନ୍ତି। ବୁଧବାର ଭୋର ସମୟରେ ଏପରି ଏକ ଘଟଣା ଘଟିଛି। କାରଗିଲ ରୋଡ୍‌ରେ ବାଇକରେ ଆସୁଥିବା ଜଣେ ଯୁବକ ଏବଂ ଜଣେ ମହିଳାଙ୍କୁ ଦୁର୍ବୃତ୍ତମାନେ ମରଣାନ୍ତକ ଆକ୍ରମଣ କରି ଲୁଟ୍‌ କରିଛନ୍ତି।

ସମ୍ପୃକ୍ତ ମହିଳା ଜଣେ ଯୁବକଙ୍କ ସହିତ ବାଇକରେ ମାଷ୍ଟରକ୍ୟାଣ୍ଟିନ ଆଡକୁ ଆସୁଥିଲେ। ଭୋର ସମୟରେ ୩ ଦୁର୍ବୃତ୍ତ ବାଇକରେ ଆସି ସେମାନଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରି ଲୁଟ୍‌ କରି ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୁଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲା। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଭୁବନେଶ୍ଵରରେ ସହରବାସୀ ବାରମ୍ବାର ଲୁଟେରାଙ୍କ ଆକ୍ରମଣର ଶିକାର ହେଉଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏଥିପାଇଁ କମିଶନରେଟ ପୁଲିସର ନିଷ୍କ୍ରିୟତାକୁ ଲୋକେ ଦାୟୀ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories