www.samajalive.in
Monday, December 8, 2025
17.1 C
Bhubaneswar

ସ୍ତ୍ରୀକୁ ହାଣିବା ପରେ ସ୍ୱାମୀର ଆତ୍ମହତ୍ୟା

କେନ୍ଦୁଝର : କେନ୍ଦୁଝର ଜିଲାସ୍ଥିତ ଆନନ୍ଦପୁରର ଘସିପୁରା ଥାନା ଅନ୍ତର୍ଗତ ବାରିଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀଙ୍କୁ ହାଣି ଗୁରୁତର ଆହତ କରିବା ପରେ ନିଜେ ଆତ୍ମହତ୍ୟା କରିଛି। ଘସିପୁରା ଥାନା ବାରିଗାଁ ନିକଟ ଏକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଖବର ପାଇ ପୁଲିସ ଆନନ୍ଦପୁର ଡ଼ାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ସୂଚନା ଅନୁଯାୟୀ, ପାରିବାରିକ କଳହକୁ କେନ୍ଦ୍ର କରି ଏହି ଅଘଟଣ ଘଟିଥିବା କୁହାଯାଉଛି। ଆହତ ମହିଳାଙ୍କୁ ପ୍ରଥମେ ଆନନ୍ଦପୁର ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ପଠାଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories