www.samajalive.in
Monday, December 15, 2025
14.1 C
Bhubaneswar

ନିଯୁକ୍ତି ପାଇଁ ସୁଯୋଗ: ଓଡ଼ିଶାରେ ୧୦ଟି ପ୍ରକଳ୍ପକୁ କେନ୍ଦ୍ରର ମଞ୍ଜୁରୀ

ନୂଆଦିଲ୍ଲୀ: ଓଡ଼ିଶାରେ ହେବାକୁ ଥିବା ୧୦ଟି କୃଷି ଓ କୃଷକ କଲ୍ୟାଣ ପ୍ରକଳ୍ପକୁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ କିଷାନ ସମ୍ପଦ ଯୋଜନା (ପିଏମକେଏସୱାଇ) ଅଧୀନରେ ଓଡିଶା ପାଇଁ ୨ଟି ଶୀତଳଭଣ୍ଡାର, ୨ଟି ମେଗା ଫୁଡ ପାର୍କ, ୨ଟି ୟୁନିଟ ଯୋଜନା ସମ୍ପର୍କିତ ପ୍ରକଳ୍ପ, ୨ଟି ବ୍ୟାକୱାର୍ଡ ଓ ଫରୱାର୍ଡ ଲିଙ୍କେଜ୍ ପ୍ରକଳ୍ପ ଏବଂ ୨ଟି ଖାଦ୍ୟ ପରୀକ୍ଷାଗାର ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିବା କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ରାଷ୍ଟ୍ରମନ୍ତ୍ରୀ ରାମେଶ୍ୱର ତେଲି ବୁଧବାର ଲୋକସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ କହିଛନ୍ତି।

ସେ କହିଛନ୍ତି, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ୧୦୦% ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶକୁ ମଞ୍ଜୁରୀ ମିଳିଥିବା ବେଳେ ପ୍ରଧାନମନ୍ତ୍ରୀ କିଷାନ ସମ୍ପଦ ଯୋଜନାରେ ସମଗ୍ର ଦେଶରେ ୩୧,୪୦୦ କୋଟି ଟଙ୍କାର ପୁଞ୍ଜିନିବେଶ ନେଇ ଆକଳନ କରାଯାଉଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories