www.samajalive.in
Tuesday, December 9, 2025
15.1 C
Bhubaneswar

ରଜନୀକାନ୍ତ ସିଂହ ଉପବାଚସ୍ପତି ନିର୍ବାଚିତ

ଭୁବନେଶ୍ଵର: ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଷୋଡ଼ଶ ବିଧାନସଭାର ଉପବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଗୁରୁବାର ଗୃହରେ ଉପବାଚସ୍ପତି ନିର୍ବାଚନ ହୋଇଥିଲା। ବିଜେଡି ପକ୍ଷରୁ ରଜନୀକାନ୍ତ ପ୍ରାର୍ଥୀ ହୋଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ପଦବୀ ଲାଗି ତାଙ୍କ ନାମ ପ୍ରସ୍ତାବ ଦେଇଥିଲେ। ପ୍ରସ୍ତାବକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ସମର୍ଥନ ଜଣାଇଥିଲେ। ତେବେ ବିଧାନସଭା ଉପବାଚସ୍ପତି ପଦବୀ ଲାଗି ବିଜେଡି ପ୍ରାର୍ଥୀଙ୍କ ବିପକ୍ଷରେ ଆଉ କେହି ପ୍ରାର୍ଥୀ ନ ଥିବାରୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଉପବାଚସ୍ପତି ଭାବେ ରଜନୀକାନ୍ତ ସିଂହଙ୍କ ନାମ ଘୋଷଣା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories