www.samajalive.in
Sunday, December 14, 2025
23.1 C
Bhubaneswar

୩୦ ପରେ ବଢିପାରେ ବର୍ଷା ପରିମାଣ

ଭୁବନେଶ୍ୱର : ରାଜ୍ୟରେ କିଛିଦିନ ହେବା ଅସହ୍ୟ ଗରମ ପରେ ପୁଣି ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୁରୁବାର ରାତିରୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇଛି। ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସହ ବାୟୁମଣ୍ଡଳର ଉପର ସ୍ତରରେ ଏକ ମନସୁନ୍‍ ଟ୍ରପ୍‍ ଲାଇନ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩୦ ତାରିଖ ପରେ ବର୍ଷାର ପରିମାଣ ବଢିବ। ବର୍ଷାର ପରିମାଣ ବଢିବା ସହ ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ନୂଆପଡ଼ା, ସୋନପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ, ଗଞ୍ଜାମ, ଖୋର୍ଦ୍ଧା, କନ୍ଧମାଳ, ଜଗତସିଂହପୁର, ରାୟଗଡ଼ା, କୋରାପୁଟ, କେନ୍ଦ୍ରାପଡ଼ା, ପୁରୀ, ଗଜପତି ଏହି ସମସ୍ତ ଜିଲାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଜଣାପଡ଼ିଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories