www.samajalive.in
Saturday, December 6, 2025
26.1 C
Bhubaneswar

ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ଵର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟରେ ବର୍ଷା ଲାଗି ରହିଛି। ଫଳରେ ସାଧାରଣ ଜନଜୀବନ ପ୍ରଭାବିତ ହୋଇଛି। ଲଘୁଚାପ ୱେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି। ଫଳରେ ରାଜ୍ୟରେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷାକୁ ନେଇ ୮ଟି ଜିଲା ପାଇଁ କେନ୍ଦ୍ର ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲାଗୁଡ଼ିକ ହେଲା ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ସୁବର୍ଣ୍ଣନପୁର, ବୌଦ୍ଧ ଏବଂ ବରଗଡ଼।

ଅନ୍ୟପଟେ ଲଘୁଚାପ ଯୋଗୁ ଦ୍ଵୈତନଗରୀ ଭୁବନେଶ୍ଵର ଏବଂ କଟକରେ ଦୁଇଦିନ ଧରି ବର୍ଷା ଲାଗି ରହିଛି। ବର୍ଷାଯୋଗୁ ଭୁବନେଶ୍ଵରର ତଳିଆ ଅଞ୍ଚଳରେ ପାଣି ଜମିରହିବାରୁ ଜନସାଧାରଣ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେହିପରି କଟକର ବିଭିନ୍ନ ସ୍ଥାନରେ ବର୍ଷାଜଳ ଜମି ରହିଥିବା ଦେଖିବାକୁ ମିଳିଛି। କେତେକ ଅଞ୍ଚଳରେ ଆଣ୍ଠୁଏ ଉଚ୍ଚରେ ବର୍ଷାଜଳ ଜମି ରହିବାରୁ ଛାତ୍ରଛାତ୍ରୀ ଏବଂ ସାଧାରଣ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories