www.samajalive.in
Tuesday, December 9, 2025
15.1 C
Bhubaneswar

ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ

ଜଗତସିଂହପୁର : ଜଗତସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ନୂଆଗାଁରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ବୁଧବାର ଅଭିଯୋଗ ହୋଇଛି। ମୃତକଙ୍କ ନାଁ ବନ୍ଧନ ମହାନ୍ତି।
ସୂଚନା ଅନୁସାରେ, ମଙ୍ଗଳବାର ବିଳମ୍ବିତ ରାତିରେ ବନ୍ଧନ ଗାଁର ଏକ ଦୋକାନକୁ ଯାଇ ସିଗାରେଟ ମାଗିଥିଲେ। ସିଗାରେଟ ଦେବାକୁ ମନା କରିବାରୁ ଦୋକାନୀ ଓ ବନ୍ଧନଙ୍କ ମଧ୍ୟରେ ବଚସା ଆରମ୍ଭ ହୋଇଥିଲା। ବନ୍ଧନ ଉତ୍ତ୍ୟକ୍ତ ହୋଇ ଦୋକାନୀଙ୍କୁ ମାଡ଼ ମାରିଥିଲେ। ଏହାପରେ ଉକ୍ତ ଦୋକାନୀ ଓ ଅନ୍ୟମାନେ ବନ୍ଧନଙ୍କୁ ପିଟିଥିଲେ। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ବନ୍ଧନଙ୍କୁ ଉଦ୍ଧାର କରିଥିଲା। ଏହାପରେ ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ଭୋର ସମୟରେ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ସମ୍ପୃକ୍ତ ଦୋକାନୀଙ୍କୁ ଥାନାରେ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories