www.samajalive.in
Monday, December 8, 2025
20.1 C
Bhubaneswar

ସରିଲା ପହଣ୍ଡି : ରଥରେ ତିନି ଠାକୁର

ପୁରୀ : ଆରମ୍ଭ ହୋଇଯାଇଛି ମହାପ୍ରଭୁଙ୍କର ନବଦିନାତ୍ମକ ଯାତ୍ରା ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ବଡ଼ ଦାଣ୍ଡରେ ଆଜି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଇତି ମଧ୍ୟରେ ପ୍ରଭୁଙ୍କର ପହଣ୍ଡି ସମାପ୍ତ ହୋଇସାରିଛି। ଗୋଟି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ସୁଦର୍ଶନଙ୍କ ପହଣ୍ଡି ହୋଇଥିବା ବେଳେ ପରେ ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ଏହାପରେ ଦେବୀ ସୁଭଦ୍ରା ଓ ଶେଷରେ ରତ୍ନ ସିଂହାସନରୁ ଓହ୍ଲାଇ ଗୋଟି ପହଣ୍ଡିରେ ଆସି ରଥରେ ବିଜେ କରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ପ୍ରଥମେ ମଙ୍ଗଳ ଆଳତି, ତଡ଼ପ ଲାଗି, ମଇଲମ ଓ ଅବକାଶ ପରେ ଖେଚେଡି଼ ଭୋଗ ଶେଷ ହୋଇଥିଲା। ଏହା ପରେ ନିର୍ଦ୍ଧାରିତ ସମୟ ଅନୁସାରେ ଗୋଟି ପହଣ୍ଡି ଆରମ୍ଭ ହୋଇଥିଲା। ଘଣ୍ଟ, ଖୋଳ, କାହାଳୀର ତାଳେ ତାଳେ ଶ୍ରୀମନ୍ଦିରରୁ ବାହାରିଥିଲେ ଶ୍ରୀଜୀଉ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories