www.samajalive.in
Monday, December 8, 2025
24.1 C
Bhubaneswar

ଓଡ଼ିଶାର ସ୍ବତନ୍ତ୍ର ରାଜ୍ୟପାହ୍ୟା ଦାବି ଅଗ୍ରାହ୍ୟ

ନୂଆଦିଲ୍ଲୀ : ପ୍ରାକୃତିକ ବିପର୍ଯ୍ୟୟ ନେଇ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ପ୍ରଦାନ ଦାବିକୁ କେନ୍ଦ୍ର ସରକାର ଅଗ୍ରାହ୍ୟ କରି ଦେଇଛନ୍ତି । ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଓଡ଼ିଶାର ଦାବି ଗ୍ରହଣଯୋଗ୍ୟ ନୁହେଁ ବୋଲି କହିଛନ୍ତି । ଚତୁର୍ଦ୍ଦଶ ଅର୍ଥ କମିଶନ ସ୍ବତନ୍ତ୍ର ଓ ସାଧାରଣ ରାଜ୍ୟ ମଧ୍ୟରେ କୌଣସି ପ୍ରଭେଦ ରଖି ନାହାନ୍ତି।  ତେଣୁ ଓଡ଼ିଶାର ଦାବିକୁ କେନ୍ଦ୍ର ସରକାର ଅଗ୍ରାହ୍ୟ କରି ଦେଇଛନ୍ତି।

ରାଜ୍ୟସଭାରେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏହା କହିଛନ୍ତି । ସେହିପରି ବାତ୍ୟା ଫନିର ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ପ୪ରୁ ପ୍ରଦାନ କରାଯାଇଥିବା ସହାୟତା ବିଷୟରେ ସୂଚନା ଦେଇଥିଲେ।

- Advertisement -

ବାତ୍ୟା ଫନିର ମୁକାବିଲା ପାଇଁ  କେନ୍ଦ୍ର ସରକାର ଏସଡିଆରଏଫ ପାଣ୍ଠିରୁ ଅପ୍ରେଲ ୨୯ ତାରିଖରେ ୩୪୦.୮୭୫ କୋଟି ଟଙ୍କାର ଅଗ୍ରୀମ ସହାୟତା ପ୍ରଦାନ କରିଥିଲେ। ସେହିପରି  ବାତ୍ୟା ପରେ ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରୁ ଓଡ଼ିଶାର ବାତ୍ୟାକ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବା ସହ ୧,୦୦୦ କୋଟି ଟଙ୍କାର ସହାୟତା ମଞ୍ଜୁର କରିଥିଲେ। ଆନ୍ତଃ ମନ୍ତ୍ରୀସ୍ତରୀୟ କେନ୍ଦ୍ରୀୟ କମିଟ ମଧ୍ୟ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଗସ୍ତ କରି ରିପୋର୍ଟ ସଂଗ୍ରହ କରିଥିଲେ।

 

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories