www.samajalive.in
Thursday, December 11, 2025
26.1 C
Bhubaneswar

ଶରଧାବାଲିରେ ତିନି ରଥ

ପୁରୀ : ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥାଯାତ୍ରା ଗୁରୁବାର ସୁରୁଖୁରୁରେ ଶେଷ ହୋଇଛି। ସନ୍ଧ୍ୟା ୬ଟା ୪୦ରେ ତିନି ରଥ ଶରଧାବାଲିରେ ପହଞ୍ଚିଯାଇଛନ୍ତି। ଚଳିତ ବର୍ଷ ସମସ୍ତ ନୀତିକାନ୍ତି ସଅଳ ଶେଷ ହୋଇଥିବା ବେଳେ ଅପରାହ୍ନ ୨ଟା ୧୫ରୁ ରଥଟଣା ଆରମ୍ଭ ହୋଇଥିଲା। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଗହଣରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ପ୍ରଥମେ ବଳଭଦ୍ରଙ୍କ ତାଳଧ୍ଵଜଙ୍କ ରଥଟଣା ଆରମ୍ଭ ହୋଇଥିଲା। ଏହା ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ପରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଆରମ୍ଭ ହୋଇଥିଲା।

ସମସ୍ତ ନୀତିକାନ୍ତି ପରେ ଶ୍ରୀଜୀଉ ରଥାରୂଢ଼ ହେବା ପରେ ଜଗତଗୁରୁ ଶଙ୍କାରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ କରି ରଥ ପରିକ୍ରମା କରିଥିଲେ । ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ତିନି ରଥରେ ଛେରା ପହଁରା କରିଥିଲେ। ଏହାପରେ ରଥଟଣା ଆରମ୍ଭ ହୋଇଥିଲା

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories