www.samajalive.in
Wednesday, December 10, 2025
26.1 C
Bhubaneswar

ଅଧିକାଂଶ ଜିଲାରେ ସ୍ବଳ୍ପ ବର୍ଷା ସମ୍ଭାବନା

ଭୁବନେଶ୍ବର : ଲଘୁଚାପର ପ୍ରଭାବ ନାହିଁ, କିନ୍ତୁ ​ମୌସୁମି କିଛି ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେଉଛି।
ଗତ ୨୪ଘଣ୍ଟା ମଧ୍ୟରେ ପାରାଦ୍ବୀପ, ଭୁବନେଶ୍ବର, ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ହୀରାକୁଦ, ଭବାନିପାଟଣା, କୋରାପୁଟ, ଟିଟିଲାଗଡ଼, ମାଲକାନଗିରି ଆଦି ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଶୁକ୍ରବାର ରାଜ୍ୟର ଅଧିକାଂଶ ଜିଲାରେ ବର୍ଷାର ସମ୍ଭାବନା ରହିଛି। ୬ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳ ସମେତ କୋରାପୁଟ, ମାଲକାନଗିରିରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ସୁନ୍ଦରଗଡ଼, ଦେବଗଡ଼,ଝାରସୁଗୁଡ଼ା, ସମ୍ବଲପୁର ଓ କେନ୍ଦୁଝର ଆଦି ୫ଟି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୭ତାରିଖରେ ରାଜ୍ୟର ଅଧିକାଂଶ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଥିବାବେଳେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝରର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୮ତାରିଖରେ ମଧ୍ୟ ରାଜ୍ୟରେ ଅନୁରୂପ ପାଗ ଲାଗିରହିବ ବୋଲି ଜଣାପଡ଼ିଛି।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories