ରବିବାର ରାଶିଫଳ

ମେଷ: ପାରିବାରିକ ଜୀବନରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ପାଇବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ବ୍ୟବସାୟରେ ପ୍ରଚୁର ଧନ ଲାଭର ସୂଚନା ମିଳୁଛି।
ବୃଷ: ସହାୟତା ପାଇ ମନସ୍କାମନା ପୂରଣ କରିପାରନ୍ତି। ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ବରିଷ୍ଠ ବ୍ୟକ୍ତିତ୍ବର ପରିଚୟ ସୃଷ୍ଟି କରିବେ। ସ୍ବାସ୍ଥ୍ୟ ଅତୁଟ ରହିବ। କୃଷି ଉପରେ ଗୁରୁତ୍ବ ଦେବେ।
ମିଥୁନ: ଉଚ୍ଚାଶାୟୀ ହୋଇପାରନ୍ତି। କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରବୃତ୍ତିର ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ପ୍ରେମୀ ଓ ସାହସୀ ହୋଇପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ସୁଖୀ ହେବେ।
କର୍କଟ: କାର୍ଯ୍ୟକରି ଚାଲିବେ; ମାତ୍ର ଦ୍ବନ୍ଦ୍ବରେ ପଡ଼ି ପାରନ୍ତି। ଘାତଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ। ଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ, ମଧୁରଭାଷୀ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଧନାଗମ ହେବ।
ସିଂହ: ସୁଖ-ସମ୍ମାନ ଲାଭ କରିପାରନ୍ତି। ଐଶ୍ବର୍ଯ୍ୟଯୁକ୍ତ ହେବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ। ମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ନୂଆ ବନ୍ଧୁଙ୍କ ଦ୍ବାରା ଉପକୃତ ହେବେ।
କନ୍ୟା: ପ୍ରତ୍ୟେକ କାର୍ଯ୍ୟ ଫଳପ୍ରସୂ ହେବ। ଅଧିକ ବ୍ୟୟର ସମ୍ମୁଖୀନ ହେବେ। ଚଞ୍ଚଳ ସ୍ବଭାବର ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚକ୍ଷୁରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁରକଥାରେ ଶତ୍ରୁ ବଶ କରିପାରନ୍ତି।
ତୁଳା: ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି। ଧନ ମିଳିବ।
ବିଛା: କାର୍ଯ୍ୟରେ ସଫଳତା ଲାଭ କରିବେ। କର୍ମ ଚଞ୍ଚଳ ରହିପାରନ୍ତି। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।
ଧନୁ: ଆଳସ୍ୟ ପରାୟଣ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ସରକାରୀ କୃପାଲାଭ କରିବେ।
ମକର: ଆୟ ଆଶାନୁରୂପ ହୋଇପାରେ। ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ଖୁବ୍‌ ସତର୍କତାର ସହ ଚଳିବାକୁ ପଡ଼ିବ। ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଜଳଯାତ୍ରା ମନା।
କୁମ୍ଭ: କାର୍ଯ୍ୟ ହାସଲ କରିବାରେ ସିଦ୍ଧହସ୍ତ ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିବେ।
ମୀନ: ଉତ୍ସବାଦିରେ ପ୍ରିୟଜନଙ୍କ ସହିତ ସମିଳିତ ହୋଇପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ। ବଳଶାଳୀ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟପାତ୍ର ହେବେ।

kalyan agarbati

Comments are closed.