ଭୁବନେଶ୍ୱର: ମଙ୍ଗଳବାର ଅପରାହ୍ନରେ ଉପକୂଳ ଓଡିଶା ସମେତ ରାଜ୍ୟର କେତେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ହୋଇଛି । ସନ୍ଧ୍ୟା ସାଢେ ୫ଟା ପର୍ଯ୍ୟନ୍ତ ୯ଟି ଜିଲାବାସୀଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି । ଅନୁଗୁଳ, ଢ଼େଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, କଟକ, ଯାଜପୁର, ଖୋର୍ଦ୍ଧା ଓ ନୟାଗଡ ଜିଲାରେ ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଆଗାମୀ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ଏବଂ ୧୧ ତାରିଖ ପରେ ବର୍ଷାର ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।



