www.samajalive.in
Friday, December 12, 2025
23.1 C
Bhubaneswar

ଦୁର୍ଘଟଣାରେ ଯୁବକ ମୃତ, ମହିଳା ଗୁରୁତର

ପୁରୀ: ପୁରୀ-କୋଣାର୍କ ମେରାଇନ ଡ୍ରାଇଭ ରୋଡ଼ର ଲିଆଖିଆ ବ୍ରିଜ ନିକଟରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ଓ ଜଣେ ମହିଳା ଗୁରୁତର ହୋଇଛନ୍ତି । ମହିଳାଙ୍କୁ ପ୍ରଥମେ ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମୃତ ଯୁବକଙ୍କ ନାମ ଉମାଶଙ୍କର ରାୟ (୨୮), ତାଙ୍କ ଘର ପୁରୀର ତାଳମାଳି ସାହିରେ ଓ ସେ ପୁରୀ ଡିଆରଡିଏରେ କାର୍ଯ୍ୟ କରୁଥିଲେ ବୋଲି ଜାଣିବାକୁ ମିଳିଛି ।

ସୂଚନା ଅନୁସାରେ ମହିଳା ଓ ଯୁବକ ଏକ ବାଇକ୍ ଯୋ​‌ଗେ ପୁରୀ ଅଭିମୁଖେ ଯାଉଥିଲେ। ବିପରୀତ ଦିଗରୁ ଆସୁଥିବା ଏକ ବୋଲେରୋ ତାଙ୍କ ବାଇକକୁ ମୁହଁମୁହିଁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଥିଲାବେଳେ ମହିଳା ଜଣକ ଗୁରୁତର ଅଛନ୍ତି ।

Hot this week

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

ଟସ୍ ଜିତିବା ପରେ ଭାରତ କରିଥିଲା ବଡ଼ ଭୁଲ: ଜାଣନ୍ତୁ କଣ କହିଲେ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌

ନ୍ୟୁ ଚଣ୍ଡିଗଡ଼: ମୁଲାନପୁରରେ ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ରେ...

Related Articles

Popular Categories