www.samajalive.in
Saturday, December 6, 2025
16.1 C
Bhubaneswar

ସାକ୍ଷୀଙ୍କୁ ମିଳିବ ସୁରକ୍ଷା

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାର ସାକ୍ଷୀ ସୁରକ୍ଷା ଯୋଜନା-୨୦୧୯ ଲାଗୁ କରିଛନ୍ତି। ବିଭିନ୍ନ ଅପରାଧିକ ମାମଲାରେ ସାକ୍ଷ୍ୟ ପ୍ରଦାନ କରୁଥିବା ବ୍ୟକ୍ତିବିଶେଷଙ୍କ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ଏହି ଯୋଜନାରେ ବ୍ୟବସ୍ଥା ରହିଛି। ୨୦୧୮ରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ସାକ୍ଷୀ ସୁରକ୍ଷା ଯୋଜନାକୁ କାର୍ଯ୍ୟକାରୀ କରିବାପାଇଁ ସର୍ବୋଚ୍ଚ ନ୍ୟାୟାଳୟ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶନାମା ଜାରି କରିଥିଲେ।

ଚଳିତ ମାସ ୬ ତାରିଖରେ ରାଜ୍ୟ ସରକାର ଏହି ଯୋଜନା କାର୍ଯ୍ୟକାରୀ କରିଥିବା ନେଇ ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି। କୌଣସି ମାମଲାର ତଦନ୍ତଠାରୁ ଆରମ୍ଭ କରି ନ୍ୟାୟାଳୟରେ ସାକ୍ଷ୍ୟ ପ୍ରଦାନ ପର୍ଯ୍ୟନ୍ତ ସାକ୍ଷୀମାନଙ୍କୁ ସମସ୍ତ ସୁରକ୍ଷା ଯୋଗାଇ ଦିଆଯିବ। ଏନେଇ ଜିଲ୍ଲା ପୁଲିସ୍‍ ମୁଖ୍ୟ କେଉଁ ପ୍ରକାରର ଭୟ ରହିଛି, ତାହା ସ୍ଥିର କରିବେ ଏବଂ ସେ କ୍ଷେତ୍ରରେ ତିନି ପ୍ରକାରର ସୁରକ୍ଷା ବ୍ୟବସ୍ଥା ଲାଗୁ କରିବେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories